www.samajalive.in
Saturday, December 13, 2025
21.1 C
Bhubaneswar

ମହାପ୍ରଭୁଙ୍କ ମୋଦକ ଚୋରି, ରିପୋର୍ଟ ମାଗିଲେ ଆଇନମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମୋଦକ ଚୋରି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ସେ କହିଛନ୍ତି ପ୍ରାରମ୍ଭିକ ତଦନ୍ତ ସତ୍ୟ ଆଧାରିତ ନୁହେଁ । ଆହୁରି ତଦନ୍ତ କରାଯିବ, ସିସିଟିଭି ମଧ୍ୟ ଯାଞ୍ଚ ହେବ । କେହି ଦୋଷୀ ସାବ୍ୟସ୍ତ ହେଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଗୁପ୍ତନୀତି ସମ୍ପର୍କରେ ବାହାରେ ଆଲୋଚନା କରିବା ଠିକ୍‍ ନୁହେଁ ବୋଲ ଗଣମାଧ୍ୟମରେ କହିଛନ୍ତି ମୁଖ୍ୟ ପ୍ରଶାସକ। ମହାପ୍ରଭୁଙ୍କ ୩୧୩ମୋଦକ ରୁ ୭୦ଟି ଚୋରି ହୋଇଥିବା ନେଇ ବଡଠାକୁର ବଳଭଦ୍ରଙ୍କ ବାଡଗ୍ରାହୀ ହଳଧର ଦାସ ମହାପାତ୍ର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖି ଅଭିଯୋଗ କରିଥିଲେ। ଏହି ଘଟଣାରେ ମୁଖ୍ୟ ପ୍ରଶାସକଙ୍କୁ ରିପୋର୍ଟ ମାଗିଲେ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories