www.samajalive.in
Monday, December 15, 2025
27.1 C
Bhubaneswar

ଗୋପବନ୍ଧୁ ସ୍ମାରକ ଜିଲ୍ଲାସ୍ତରୀୟ ବକ୍ତୃତା ପ୍ରତିଯୋଗିତା: ମାଲକାନଗିରିରେ କ୍ଷୀରାବ୍ଦୀ ପ୍ରଥମ

ମାଲକାନଗିରି: ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୭ତମ ଶ୍ରାଦ୍ଧ ଦିବସ ଉପଲକ୍ଷେ ମାଲକାନଗିରି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆୟୋଜିତ ଜିଲ୍ଲାସ୍ତରୀୟ ବକ୍ତୃତା ପ୍ରତିଯୋଗିତାରେ ଚିତ୍ରକୋଣ୍ଡା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ କ୍ଷୀରାବ୍ଦୀ ଦାସ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେହିପରି ଦ୍ୱିତୀୟ ସ୍ଥାନରେ ବାଲିମେଳା ସରକାରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ପ୍ରତୀକ୍ଷା ମହାପାତ୍ର ଏବଂ ତୃତୀୟ ସ୍ଥାନରେ ରହିଛନ୍ତି ମାଲକାନଗିରି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଦଶମ ଶ୍ରେଣୀ ଛାତ୍ରୀ ଆରାଧନା ପଟ୍ଟନାୟକ।

‘ଜନସେବୀ ଗୋପବନ୍ଧୁ’ ବିଷୟବସ୍ତୁ ନେଇ ପ୍ରତିଯୋଗିତା କରାଯାଇଥିବାବେଳେ ଜିଲ୍ଲାର ସମସ୍ତ ସାତଟି ବ୍ଲକ ମଧ୍ୟରୁ କାଲିମେଳାର ଅମ୍ରିତା ପଣ୍ଡା, ପଡ଼ିଆର ସୁରଭି ମାଡକାମି, ମାଥିଲିର ସୁଦିପ୍ତାରାଣୀ ପାତ୍ର ଏବଂ ଖଇରପୁଟର ସନ୍ଦିପ ବେହେରାଙ୍କ ସମେତ ସାତଜଣ ପ୍ରତିଯୋଗୀଙ୍କ ମଧ୍ୟରେ ପ୍ରତିଯୋଗିତା ହୋଇଥିଲ।। ଗତ ୨୨ ତାରିଖ ଦିନ ବ୍ଲକସ୍ତରୀୟ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ସମସ୍ତ ପ୍ରତିଯୋଗୀ ଆଜି ମାଲକାନଗିରିରେ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ଆୟୋଜିତ ପୁରସ୍କାର ବିତରଣ ସଭାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ ଯୋଗ ଦେଇ ଗୋପବନ୍ଧୁଙ୍କ ଆଦର୍ଶ ଓ ଆଭମୁଖ୍ୟ ସହ ସ୍ୱପ୍ନର ଓଡ଼ିଶା ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେଇଥିଲେ। ପ୍ରତିଯୋଗିତାରେ ବିଚାରକ ମଣ୍ଡଳୀ ଭାବେ ପୂର୍ବତନ ପ୍ରଧାନଶିକ୍ଷକ ସୁରେନ୍ଦ୍ର କୁମାର ମଲ୍ଲିକ, ଶିକ୍ଷାବିତ ରବିନ୍ଦ୍ର କୁମାର ମହାରଣା, ଶିକ୍ଷାବିତ୍ ପ୍ରକାଶ ଚନ୍ଦ୍ର ପଟ୍ଟନାୟକ ଏବଂ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ନିରଂଜନ ପଣ୍ଡା ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ ମାଲକାନଗିରି ଜିଲ୍ଲା ପ୍ରତିନିଧି ଗୋପୀକୃଷ୍ଣ ପଟ୍ଟନାୟକ ପରିଚାଳନା କରିଥିବାବେଳେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପ୍ରଧାନ ଆଚାର୍ଯ୍ୟ ସରୋଜ କୁମାର ସାମଲ ସହଯୋଗ କରିଥିଲୋ

Hot this week

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

Related Articles

Popular Categories