www.samajalive.in
Saturday, December 13, 2025
26.1 C
Bhubaneswar

ଏନଏସି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ

ଆଠଗଡ: ଆଠଗଡ ଏନଏସି ପକ୍ଷରୁ ସ୍ଥାନୀୟ ଗୋପବନ୍ଧୁ ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ବୃକ୍ଷ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏନଏସି ଅଧ୍ୟକ୍ଷା ସସ୍ମିତା ରାଉତଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ମୁଖ୍ୟଅତିଥି ଭାବେ ଯୋଗଦେଇ ବୃକ୍ଷ ଚାରା ରୋପଣ କରିବା ସହିତ ଉଦବୋଧନ ଦେଇଥିଲେ। ସମ୍ପ୍ରତି ଜଙ୍ଗଲ ସମ୍ପଦର ବ୍ୟାପକ କ୍ଷୟ ପରିବେଶ ଉପରେ ବହୁଳ ଭାବେ ପ୍ରତିକୂଳ ପ୍ରଭାବ ପକାଉଛି। ଯାହା ଦ୍ବାରା ଏହା ମାନବ ଜାତି ଓ ଜୀବଜଗତ ପାଇଁ ଘୋର ବିପଦ ସୃଷ୍ଟି କରିବାରେ ଲାଗିଛି। ଏହାକୁ ପ୍ରତିହତ କରିବା ଲାଗି ଏବଂ ମାନବ ଜାତି ଓ ଜୀବଜଗତ ବଞ୍ଚି ରହିବା ରହିବା ପାଇଁ ଜଙ୍ଗଲ ସମ୍ପଦର ସୁରକ୍ଷା ସହିତ ବ୍ୟାପକ ବୃକ୍ଷ ଚାରା ରୋପଣ କରି ସବୁଜ ବଳୟ ସୃଷ୍ଟି କରିବା ଆମ ସମସ୍ତଙ୍କର ନୈତିକ କର୍ତ୍ତବ୍ୟ ଓ ଦାୟିତ୍ୱ ବୋଲି ବିଧାୟକ ଶ୍ରୀ ସ୍ୱାଇଁ ମତବ୍ୟକ୍ତ କରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories