www.samajalive.in
Saturday, December 6, 2025
16.1 C
Bhubaneswar

ଆଜି ପ୍ରବଳ ବର୍ଷିବ ! ବାଲେଶ୍ଵରରେ ସ୍ଥିତି ବେହାଲ

ଭୁବନେଶ୍ଵର: ଅସରାଏ ବର୍ଷାରେ ବାଲେଶ୍ଵର ସହରର ସ୍ଥିତି ବେହାଲ। ୨୬ ନଂ ଓ୍ବାର୍ଡରେ ଥିବା  ଗଳିରେ ଘରେ ପଶିଲା ପାଣି, ଘର ଭିତରେ ବର୍ଷା ଜଳ ଲହଡି ମାରୁଥିବା ଦେଖିବାକୁ ମିଳିଛି। ଏପରିକି ଘରେ ଥିବା ଆସବାବପତ୍ର ବି ଭାସି ଯାଇଛି। ଜଳ ବିଷ୍କାସନ ପାଇଁ ସୁବିଧା ନଥିବାରୁ ଲୋକେ ହନ୍ତସନ୍ତ ହୋଇଛନ୍ତି। ସେପଟେ ୨୮ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନାର ରହିଛି। ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଯାହାର ପ୍ରଭାବରେ ଆସନ୍ତା ୨୮ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେସବୁ ଜିଲ୍ଲା ଗୁଡିକ ହେଉଛି କେନ୍ଦୁଝର, ମୟୁରଭଞ୍ଜ ଏବଂ ବାଲେଶ୍ଵର ଜିଲ୍ଲା। ତେବେ ବର୍ଷା ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories