www.samajalive.in
Thursday, December 11, 2025
15.1 C
Bhubaneswar

ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ମରଣୋତ୍ତର ଭାରତରତ୍ନ ପ୍ରଦାନ ଦାବି

ପିପିଲି : ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୭ତମ ଶ୍ରାଦ୍ଧ ଦିବସ।  ଏହି ଅବସରରେ ଅଗ୍ରଣୀ ନାଗରିକ ସଂଗଠନ “ଜନସ୍ୱାର୍ଥ ସୁରକ୍ଷା ସମିତି’ ପକ୍ଷରୁ ପିପିଲି ନିକଟବର୍ତ୍ତୀ ଦାଣ୍ଡମୁକୁନ୍ଦପୁର ଠାରେ ଉତ୍କଳମଣିଙ୍କ ଶ୍ରାଦ୍ଧୋତ୍ସବ ପାଳିତ ହୋଇଯାଇଛି।  ଓଡିଶାରେ ଜନ୍ମ ନେଇଥିବା ମହାପୁରୁଷଙ୍କ ମଧ୍ୟରୁ ପୂଣ୍ୟଶ୍ଲୋକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ସର୍ବାଗ୍ରେ ପୂଜିତ । ସେ ଥିଲେ ଏକାଧାରରେ ସମାଜସେବୀ, ସଂସ୍କାରକ, ବିଶିଷ୍ଟ ଶିକ୍ଷାବିତ୍‍, ଓକିଲ, ବ୍ୟବସ୍ଥାପକ ସଭ୍ୟ, କବିି ତଥା ସାମ୍ବାଦିକତା ଜଗତର ମଉଡମଣି । ଯେତେ ଉପାଧି ଦେଲେ ମଧ୍ୟ ତାହା ତାଙ୍କ ପାଇଁ ଯଥେଷ୍ଟ ନୁହେଁ । ସେ କେବଳ ଉତ୍କଳର ମଣି ନଥିଲେ ବାସ୍ତବରେ ସେ ଥିଲେ ବିଶ୍ୱର ମଣି । ତାଙ୍କର ପ୍ରତି କବିତାରେ ବିଶ୍ୱ ଭାବନାର ଚିତ୍ର ପ୍ରତିଫଳିତ । ତେଣୁ ବିଳମ୍ବରେ ହେଲେ ମଧ୍ୟ ତାଙ୍କୁ ମରଣୋତ୍ତର ଭାରତରତ୍ନ ପ୍ରଦାନ କରାଯିବାକୁ ଦାବି ହୋଇଛି ।
ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଦ୍ୱାରା ୧୯୧୯ ମସିହାରେ ପ୍ରତିଷ୍ଠିତ ଦାଣ୍ଡମୁକୁନ୍ଦପୁର ସ୍ଥିତ ପିଏମ୍‍ଶ୍ରୀ ଗୋପବନ୍ଧୁ ମେମୋରିଆଲ ହାଇସ୍କୁଲ ପରିସରରେ ଗୁରୁବାର ପ୍ରତ୍ୟୁଷରେ “ଜନସ୍ୱାର୍ଥ ସୁରକ୍ଷା ସମିତି’ ଓ ଗୋପବନ୍ଧୁପ୍ରେମୀଙ୍କ ଦ୍ୱାରା ସାମୁହିକ ସଫେଇ କରାଯିବା ପରେ ସେଠାରେ ଥିବା ପୁଣ୍ୟାତ୍ମା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । “ଜନସ୍ୱାର୍ଥ ସୁରକ୍ଷା ସମିତି’ର ମୁଖ୍ୟସଂଯୋଜକ ତଥା ଶିକ୍ଷାବିତ୍‍ ସନ୍ତୋଷ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସ୍ମୃତି ସଭାରେ ସମାଜସେବୀ ପ୍ରସନ୍ନ କୁମାର ଦାସ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ ଗୋପବନ୍ଧୁଙ୍କ ସଂକ୍ଷିପ୍ତ ଜୀବନୀ ଉପରେ ଆଲୋକପାତ କରିଥିଲେ ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories