www.samajalive.in
Monday, December 8, 2025
27.1 C
Bhubaneswar

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୭ତମ ଶ୍ରାଦ୍ଧ ଦିବସ

ଭୁବନେଶ୍ଵର: ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୭ତମ ଶ୍ରାଦ୍ଧ ଦିବସ। ଏହି ଅବସରରେ ସମାଜ ଭୁବନେଶ୍ବର ସଂସ୍କରଣ ପକ୍ଷରୁ ଗୋପବନ୍ଧୁ ଛକ ସ୍ଥିତ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ସେପଟେ ଭଦ୍ରକ , ପିପିଲି ଏବଂ ନବରଙ୍ଗପୁରରେ ମଧ୍ୟ ଶ୍ରାଦ୍ଧ ଦିବସ ପାଳିତ ହୋଇଛି। ଭଦ୍ରକ କାର୍ଯ୍ୟକ୍ରମରେ  ବିଧାୟକ ସୀତାଂଶୁ ଶେଖର ମହାପାତ୍ର ଏବଂ ବିଶିଷ୍ଠ ପ୍ରବଚକ ସାମିଲ ହୋଇଥିଲେ। ଅନ୍ୟପଟେ ନବରଙ୍ଗପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ, ମୁଖ୍ୟବକ୍ତା ଶିକ୍ଷାବିତ ଡଃ. ବିଜୟ କୁମାର ମିଶ୍ର,ସମ୍ମାନୀତ ଅତିଥି କବି ବିଜୟ ଚୌଧୁରୀ, ପ୍ରଦ୍ଭାସିନୀ ମହାନ୍ତି ଯୋଗ ଦେଇ ପୁଣ୍ୟା ତ୍ମା ଙ୍କର ତ୍ୟାଗପୁତ ଜୀବନୀ ତ୍ୟାଗ ସଂପର୍କରେ ଆଲୋଚନା କରି ତାଙ୍କର ଆଦର୍ଶରେ ଅନୁପ୍ରାଣିତ ହେବାକୁ କହିଥିଲେ । ଏହି ଅବସର ରେ ଗୋପବନ୍ଧୁଙ୍କର ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇଥିଲା । ବହୁ ବୁଦ୍ଧିଜୀବୀ, ସମାଜ ସେବୀ, ଶିକ୍ଷକ ଶିକ୍ଷୟତ୍ରୀ, ସାମ୍ବାଦିକ ଓ ଛାତ୍ରଛାତ୍ରୀ ଯୋଗ ଦେଇ ଥିଲେ । ସମାଜ ର ଜିଲ୍ଲା ପ୍ରତିନିଧି ବାଙ୍କ ବିହାରୀ ବିଷୋୟୀ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories