www.samajalive.in
Saturday, December 6, 2025
26.1 C
Bhubaneswar

ସମ୍ବଲପୁରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ଦିବସ

ସମ୍ବଲପୁର : ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୭ତମ ଶ୍ରାଦ୍ଧ ଦିବସ ସମ୍ବଲପୁରଠାରେ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ‘ସମାଜ’ ସମ୍ବଲପୁର ସଂସ୍କରଣ ପକ୍ଷରୁ ମହାନଦୀ କୂଳରେ ସ୍ଥାନୀୟ ରିଂ ରୋଡ଼ସ୍ଥିତ ଅଯୋଧ୍ୟା ସରୋବର ଘାଟରେ ସକାଳ ସମୟରେ ପୁଣ୍ୟାତ୍ମାଙ୍କ ତିଳ ତର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଶତାଧିକ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷଙ୍କ ଉପସ୍ଥିତିରେ ସାମ୍ବାଦିକ ବିରାଜ କୁମାର ମିଶ୍ର କର୍ତ୍ତା ଦାୟିତ୍ୱ ତୁଲାଇଥିବାବେଳେ ପଣ୍ଡିତ ଦଧିବାମନ ପଣ୍ଡା ପୂଜା କାର୍ଯ୍ୟକ୍ରମ ନିତିବିଧି ଅନୁଯାୟୀ ସମ୍ପନ୍ନ କରିଥିଲେ।

ଏଥିସହ ସ୍ଥାନୀୟ ସେନ ପାର୍କସ୍ଥିତ ପୁଣ୍ୟାତ୍ମାଙ୍କ ପୂର୍ଣ୍ଣବୟବ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ମୁଖ୍ୟ ଅତିଥି ରୂପେ ଉତ୍ତରାଞ୍ଚଳ ପୁଲିସ ରେଞ୍ଜ ଆଇଜି ହିମାଂଶୁ ଲାଲ ଯୋଗଦେଇ ପୁଣ୍ୟାତ୍ମାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ତାଙ୍କର ତ୍ୟାଗ, ଜୀବନାଦର୍ଶ ଆଜି ମଧ୍ୟ ସମସ୍ତଙ୍କୁ ପ୍ରେରଣା ଦେଉଛି ବୋଲି କହିଥିଲେ। ଏଥିରେ ଦଳମତ ନିର୍ବିଶେଷରେ ବିଭିନ୍ନ ରାଜନୈତିକ ଦଳମାନଙ୍କ ସହିତ ଅନେକ ଅନୁଷ୍ଠାନର ପ୍ରତିନିଧି ଏବଂ ଛାତ୍ରଛାତ୍ରୀମାନେ ଯୋଗଦେଇ ପୁଣ୍ୟାତ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଏଥିରେ ‘ସମାଜ’ର ସମ୍ବଲପୁର ସଂସ୍କରଣର ଅଧିକାରୀ ଓ କର୍ମଚାରୀମାନେ ସହଯୋଗ କରିଥିଲେ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories