www.samajalive.in
Monday, December 8, 2025
16.1 C
Bhubaneswar

ପୁରୀରେ ଆମିକସକ୍ୟୁରିଙ୍କ ସହଯୋଗୀ ପ୍ରିୟା ହିଙ୍ଗୁରାନୀ

ପୁରୀ: ଶ୍ରୀମନ୍ଦିର ସଂସ୍କାର ପାଇଁ ସୁପ୍ରିମକୋର୍ଟ ୧୨ ସୂତ୍ରୀ ପ୍ରସ୍ତାବ ଦେଇଥିଲେ। କିନ୍ତୁ ଏହି ପ୍ରସ୍ତାବଗୁଡ଼ିକ ମଧ୍ୟରୁ ଅଧିକାଂଶ ପ୍ରସ୍ତାବ ସେବାୟତମାନଙ୍କ ବିରୋଧୀ ବୋଲି ସେମାନେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ଆସନ୍ତା ୨୭ ତାରିଖରେ ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି ହେବାକୁ ଥିବାବେଳେ ଏହା ପୂର୍ବରୁ ଆମିକସକ୍ୟୁରି ପ୍ରସ୍ତାବଗୁଡ଼ିକ ସମ୍ପର୍କରେ ସେବାୟତ ଏବଂ ଶ୍ରୀମନ୍ଦିର ପ୍ରଶାସନ ସହ ଆଲୋଚନା କରିବେ। ଏଥିଲାଗି ପ୍ରଥମ ପର୍ଯ୍ୟାୟରେ ପୁରୀରେ ପହଞ୍ଚିଛନ୍ତି ଆମିକସକ୍ୟୁରିଙ୍କ ସହଯୋଗୀ ପ୍ରିୟା ହିଙ୍ଗୁରାନୀ। ମଙ୍ଗଳବାର ରାତିରେ ସେ ପୁରୀରେ ଆସି ପହଞ୍ଚିଛନ୍ତି। ବୁଧବାର ସକାଳେ ସେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଆଜି ସେ ସେବାୟତ ଏବଂ ପ୍ରଶାସନ ସହିତ ସୁପ୍ରିମକୋର୍ଟଙ୍କ ୧୨ ସୂତ୍ରୀ ପ୍ରସ୍ତାବ ଉପରେ ସେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ପରେ ଆସନ୍ତା ୨୨ ତାରିଖରେ ଆମିକସ କ୍ୟୁରୀ ରଞ୍ଜିତ କୁମାର ନିଜେ ପୁରୀ ଆସି ଆଲୋଚନା କରିବେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories