www.samajalive.in
Friday, December 5, 2025
27.1 C
Bhubaneswar

ଶ୍ରୀଜୀଉମାନଙ୍କ ମାନବୀୟ ଲୀଳା ହିଁ ରଥଯାତ୍ରାର ବିଶେଷତ୍ୱ –ରାଷ୍ଟ୍ରପତି

ସମାଜ ଡିଜିଟାଲ ଡେସ୍କ: ପବିତ୍ର ରଥଯାତ୍ରା ପାଇଁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଟୁଇଟ କରି ରାଷ୍ଟ୍ରପତି କହିଛନ୍ତି ଦେଶ-ବିଦେଶରେ ରହୁଥିବା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତଗଣଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ରଥ ଉପରେ ବିଜେ ବଡଠାକୁର ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ଦର୍ଶନ କରି ଲକ୍ଷ ଲକ୍ଷ ଭକ୍ତ ଦିବ୍ୟ ଅନୁଭୂତି ଲାଭ କରିଥାନ୍ତି । ଶ୍ରୀଜୀଉମାନଙ୍କ ମାନବୀୟ ଲୀଳା ହିଁ ରଥଯାତ୍ରାର ବିଶେଷତ୍ୱ । ସାରା ପୃଥିବୀରେ ଶାନ୍ତି, ମୈତ୍ରୀ ଓ ସଂପ୍ରୀତି ଅବ୍ୟାହତ ରହୁ, ଏହି ପୁଣ୍ୟ ଅବସରରେ ଏହା ମୋର ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା ।

ସେପଟେ ରଥଯାତ୍ରା ଅବସରରେ ଦେଶ ଓ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରଥଯାତ୍ରାରେ ଜନତାଙ୍କୁ ଦର୍ଶନ ଦେବା ପାଇଁ ନଗର ଭ୍ରମଣରେ ଯାଇଥାନ୍ତି ଶ୍ରୀଜଗନ୍ନାଥ । ଦେଶର ସବୁ ବର୍ଗର ଲୋକ ଏହି ରଥଯାତ୍ରାରେ ସାମିଲ ହୋଇଥାନ୍ତି । ଏହି ପୁଣ୍ୟ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

- Advertisement -

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories