ପୁରୀ : ବୁଧବାର ଦିନ ରତ୍ନସିଂହାସନରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ଅପରାହ୍ନ ୪ଟା ୩୦ମିନିଟରୁ ୮ଟା୩୦ମିନିଟ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ନିମନ୍ତେ ଦର୍ଶନ ବନ୍ଦ ରହିବ। ଶ୍ରୀଜୀଉଙ୍କ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଦତ୍ତମହାପାତ୍ର ସେବକ ବନକଲାଗି କରିବେ। ବିଭିନ୍ନ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର କରାଯିବ। ବନକଲାଗି ପରେ ଶ୍ରୀଜୀଉଙ୍କୁ ମହାସ୍ନାନ କରାଯିବ। ସନ୍ଧ୍ୟା ଆଳତି ଓ ସନ୍ଧ୍ୟାଧୂପ ସମେତ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ। ତାପରେ ଭକ୍ତମାନେ ଶ୍ରୀଜୀଉଙ୍କ ଦର୍ଶନ କରିପାରିବାର ସୁଯୋଗ ପାଇବେ।
Popular Categories



