www.samajalive.in
Monday, December 8, 2025
27.1 C
Bhubaneswar

ରଥ ସାମ୍ନାରେ ବଡ଼ ଅଘଟଣ: ଦଳାଚକଟାରେ ୩ ଶ୍ରଦ୍ଧାଳୁ ମୃତ, ୪୦ରୁ ଅଧିକ ଆହତ

ସମାଜ ଡିଜିଟାଲ ଡେସ୍କ: ପୁରୀ ରଥଯାତ୍ରାରେ ବଡ଼ ଅଘଟଣ ଘଟିଛି। ଶନିବାର ବିଳମ୍ବିତ ରାତିରେ ଶରଧାବାଲିରେ ରଥ ନିକଟରେ ଦଳାଚକଟା ଘଟି ୩ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ଏଥିରେ ୪୦ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଥିବା ସୂଚନା ମିଳିଛି। ମୃତକମାନେ ହେଲେ ବୋଲଗଡ଼ ଅଞ୍ଚଳର ବାସନ୍ତୀ ସାହୁ(୩୬), ନୟାପଲ୍ଲୀ ଅଞ୍ଚଳର ପ୍ରେମକାନ୍ତ ମହାନ୍ତି(୭୮) ଏବଂ ବାଲିପାଟଣା ଅଠାନ୍ତର ଅଞ୍ଚଳର ପ୍ରଭାତୀ ଦାସ। ଆହତମାନଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା କରାଯାଉଛି।

ଶରଧାବାଲିରେ ୩ ରଥ ଲାଗିବା ପରେ ଠାକୁରଙ୍କୁ ଦର୍ଶନ କରିବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲେ। ରାତି ସମୟରେ ଭିଡ଼ ବଢ଼ି ଚାଲିଥିଲା। ତେବେ ରାତି ପ୍ରାୟ ୧୨ଟା ୧୫ ବେଳକୁ ଠାକୁରଙ୍କ ପହୁଡ଼ ପଡ଼ିଯାଇଥିଲା, ଯାହା ପୂର୍ବ ବର୍ଷଗୁଡ଼ିକ ତୁଳନାରେ ଶୀଘ୍ର ହୋଇଥିଲା। ଯାହାଫଳରେ ଦର୍ଶନ ପାଇଁ ଆସିଥିବା ହଜାର ହଜାର ଶ୍ରଦ୍ଧାଳୁଙ୍କ ମଧ୍ୟ ଅସନ୍ତୋଷ ପ୍ରକାଶ ପାଇଥିଲା। ଏହି କାରଣରୁ ଠେଲାପେଲା ହୋଇ ଦଳାଚକଟା ଘଟିଥିବା ଜଣାପଡ଼ିଛି।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories