www.samajalive.in
Sunday, December 7, 2025
26.1 C
Bhubaneswar

ଆଜି ଆଡ଼ପ ମଣ୍ଡପ ବିଜେ

ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ପହଞ୍ଚିଛନ୍ତି ତିନିରଥ। ରଥରେ ବିଜେ କରିଛନ୍ତି ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଓ ଚକ୍ରରାଜ ଶ୍ରୀସୁଦର୍ଶନ। ଦାରୁବ୍ରହ୍ମଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁ ଭକ୍ତଙ୍କ ଭିଡ଼ ବଢ଼ିବାରେ ଲାଗିଛି। ରଥ ଉପରେ ମହାପ୍ରଭୁଙ୍କ ସେବାପୂଜା ଅନୁଷ୍ଠିତ ହେଉଛି। ରଥ ଚତୁଃପାର୍ଶ୍ବରେ ବ୍ୟାରିକେଡ଼ କରାଯାଇଛି। ସଶସ୍ତ୍ର ପୁଲିସ ବାହିନୀ ରଥ ସୁରକ୍ଷା ଦାୟିତ୍ୱରେ ରହିଛନ୍ତି। ରବିବାର ସନ୍ଧ୍ୟାରେ ମହାପ୍ରଭୁ ଆଡ଼ପ ମଣ୍ଡପକୁ ବିଜେ କରିବେ। ଶ୍ରୀମନ୍ଦିର ପ୍ରଶାସନ ଓ ପୁଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମହାପ୍ରଭୁଙ୍କ ଆଡ଼ପ ପହଣ୍ଡି ବେଳେ ଯେପରି କୌଣସି ଅଘଟଣ ନ ଘଟେ ସେଥିପାଇଁ ବାଡ଼ଗ୍ରାହୀଙ୍କ ନେତୃତ୍ୱରେ ଅଭିଜ୍ଞ ଓ ଦକ୍ଷ ଦଇତାପତିଙ୍କୁ ନେଇ ପହଣ୍ଡି ଦଳ ଗଠନ କରାଯାଇଛି ।
ଚଳିତବର୍ଷ ଦୁଇଦିନ ଧରି ପାଳିତ ହୋଇଛି ଶ୍ରୀଗୁଣ୍ଡିଚା ଯାତ୍ରା। ଶ୍ରୀଜଗନ୍ନାଥପ୍ରେମୀ ଦୁଇଦିନ ଧରି ରଥ ଟାଣିବାର ସୌଭାଗ୍ୟ ପାଇଛନ୍ତି। ଶନିବାର ରଥ ଉପରେ ଦାରୁବ୍ରହ୍ମଙ୍କୁ ମଙ୍ଗଳଆଳତି, ମଇଲମ, ତଡ଼ପ ଲାଗି, ଅବକାଶ ଏବଂ ବେଶ କରାଯାଇଥିଲା। ଦିନ ୯ଟା ୩୦ରେ ଆରମ୍ଭ ହୋଇଥିଲା ରଥଟଣା। ଶୁକ୍ରବାର ରାତିରୁ ବଳଗଣ୍ଡି ଛକରେ ଅଟକି ଥିବା ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଏବଂ ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ ଟଣା ଯାଇଥିଲା। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ କାଲିଠାରୁ ଅଭିମାନ କରି ରହିଥିବା ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଭକ୍ତଙ୍କ ମେଳରେ ଗହଳି ଲଗାଇ ଗୁଣ୍ଡିଚା ମନ୍ଦିର ଅଭିମୁଖେ ବିଜେ କରିଛନ୍ତି। ମିଳିତ ଘଣ୍ଟବାଦ୍ୟ, ବିଜେ କାହାଳୀ, ହରିବୋଲ, ହୁଳହୁଳି ଓ ସଂକୀର୍ତ୍ତନରେ ଉଛୁଳି ଉଠିଥିଲା ବଡ଼ଦାଣ୍ଡ। ଦିନ ୧ଟା ୦୫ ସୁଦ୍ଧା ତିନିରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଛନ୍ତି।
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ଡ. ଅରବିନ୍ଦ କୁମାର ପାଢ଼ୀ, ପୁଲିସ ମହାନିର୍ଦେଶକ ୱାଇ. ବି. ଖୁରାନିଆ, ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଆରକ୍ଷୀ ଅଧୀକ୍ଷକ ବିନୀତ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ। ତ୍ରିସ୍ତରୀୟ ସୁରକ୍ଷା ବଳୟରେ ରହିଛି ତିନିରଥ। ଗହଳି ନିୟନ୍ତ୍ରଣ, ଟ୍ରାଫିକ ପରିଚାଳନା ଓ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଶ୍ରୀଗୁଣ୍ଡିଚା ମନ୍ଦିର ସମେତ ଶରଧାବାଲିରେ କ୍ଲୋଜ ସର୍କିଟ କ୍ୟାମେରା ଲଗାଯାଇଛି ।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories