www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ସମାଜ ପକ୍ଷରୁ ରକ୍ତଦାନ ଶିବିର

ଭୁବନେଶ୍ଵର: ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୭ତମ ଶ୍ରାଦ୍ଧୋତ୍ସବ ପରିପ୍ରେକ୍ଷୀରେ ସାରା ରାଜ୍ୟରେ ସପ୍ତାହବ୍ୟାପୀ ସେବା ଓ ସେବକ ସପ୍ତାହ ପାଳନ କରାଯାଉଛି। ଏହି କ୍ରମରେ ଆଜି ସକାଳ ୯ ଟା ରେ ସମାଜ ଭୁବନେଶ୍ଵର ସଂସ୍କରଣ ପକ୍ଷରୁ କଳ୍ପନା ଛକ ସ୍ଥିତ  ଲାଲ ବାହାଦୂର କ୍ଲବ ରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ର ଆୟୋଜନ ହୋଇଛି। ଜନ ସାଧାରଣ ସ୍ଵେଚ୍ଛାକୃତ ଭାବେ ଶିବିରରେ ରକ୍ତଦାନ କରିପାରିବେ। ରକ୍ତ ଅଭାବ ଦୂର ପୂର୍ବକ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ନିମନ୍ତେ ଏଭଳି ଶିବିରର ଆୟୋଜନ କରାଯାଇଛି। ସେହିପରି ପରିବେଶ ସୁରକ୍ଷା ପାଇଁ କ୍ଲବ ନିକଟରେ ଥିବା ଉଦ୍ୟାନରେ ଚାରାରୋପଣ କରାଯିବ। ଶିବିରରେ ସ୍ଵେଚ୍ଛାକୃତ ଭା​‌ବେ ଅଂଶଗ୍ରହଣ କରି ରକ୍ତଦାନ କରିବାକୁ ସମାଜ ପକ୍ଷରୁ ଜନ ସାଧାରଣଙ୍କ ସହଯୋଗ କାମନା କରାଯାଇଛି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories