www.samajalive.in
Monday, December 15, 2025
14.1 C
Bhubaneswar

ଆଜିଠୁ ଦଶମ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ : ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ସପ୍ଲିମେଣ୍ଟାରୀ ଏବଂ ରାଜ୍ୟ ମୁକ୍ତ ବିଦ୍ୟାଳୟ ପ୍ରମାଣପତ୍ର ପରୀକ୍ଷା (ଦ୍ବିତୀୟ) ଆଜି ଠାରୁ ଆରମ୍ଭ ହେବ। ରାଜ୍ୟ ବିଭିନ୍ନ ଜିଲାରେ ମୋଟ ୯୮ ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ୩୨୩୨ ଜଣ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବାକୁ ଫର୍ମପୂରଣ କରିଛନ୍ତି। ପରୀକ୍ଷାର୍ଥୀମାନେ ଯେଭଳି ସୁରୁଖୁରୁରେ ପରୀକ୍ଷା ଦେବେ ସେଥି ନିମନ୍ତେ ବୋର୍ଡ କର୍ତ୍ତୃପକ୍ଷ ସମସ୍ତ ପ୍ରସ୍ତୁତି ଶେଷ କରିଛନ୍ତି। ତେବେ ଚଳିତ ବାର୍ଷିକ ପରୀକ୍ଷାରେ ଅକୃତକାର୍ଯ୍ୟ ହୋଇଥିବା ଏବଂ ପରୀକ୍ଷା ଦେଇପାରି ନଥିବା ଛାତ୍ରଛାତ୍ରୀମାନେ ଜୁଲାଇ ୧୦ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଦେବେ। ଅନ୍ୟପକ୍ଷରେ ରାଜ୍ୟ ମୁକ୍ତ ବିଦ୍ୟାଳୟ ପ୍ରମାଣପତ୍ର ପରୀକ୍ଷା ନିମନ୍ତେ ୧୦୩ ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା ରହିଛି। ପ୍ରାୟ ୧୦ ହଜାର ୮୦୯ ପରୀକ୍ଷାର୍ଥୀ ଉକ୍ତ ପରୀକ୍ଷା ଦେବେ। ସୂଚନାଯୋଗ୍ୟ ଯେ, ପ୍ରଥମ ଦିନ ରାଜ୍ୟ ମୁକ୍ତ ବିଦ୍ୟାଳୟ ପ୍ରମାଣପତ୍ର ପରୀକ୍ଷାରେ ଛାତ୍ରଛାତ୍ରୀମାନେ ହୋମ୍‌ ସାଇନ୍ସ ବିଷୟରେ ପରୀକ୍ଷା ଦେବେ। ଜୁଲାଇ ୧ରେ ଦଶମ ସପ୍ଲିମେଣ୍ଟାରୀ ପରୀକ୍ଷାର୍ଥୀଙ୍କର ମାତୃଭାଷା ବିଷୟରେ ପରୀକ୍ଷା ଅନୁଷ୍ଠିତ ହେବ। ସେହିଭଳି ଜୁଲାଇ ୨ରେ ସାମାଜିକ ବିଜ୍ଞାନ, ୪ରେ ଗଣିତ, ୭ରେ ଇଂରାଜୀ, ୯ରେ ସାଧାରଣ ବିଜ୍ଞାନ ଏବଂ ୧୦ରେ ତୃତୀୟ ଭାଷା ବିଷୟରେ ପରୀକ୍ଷାର୍ଥୀ ପରୀକ୍ଷା ଦେବେ ବୋଲି ସୂଚନା ମିଳିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories