www.samajalive.in
Friday, December 5, 2025
17.1 C
Bhubaneswar

ସ୍କୁଲ୍‌ ଗାଡି-ଟ୍ରକ୍ ଧକ୍କା, ଡ୍ରାଇଭର ମୃତ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ନୂଆଗାଁ ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍ପୁଲ ଗାଡି ସହ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଡ୍ରାଇଭରଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଆଜି ସକାଳେ ଏକ ବୋଲେରୋ କିଛି ସ୍କୁଲ ଛାତ୍ରଛାତ୍ରୀଙ୍କୁ ନେଇ ୨୦ ନଂ ଜାତୀୟ ରାଜପଥ ନୂଆଗାଁ ପେଟ୍ରୋଲ ପମ୍ପ ନିକଟରେ ଯାଉଥିଲା। ଏହି ସମୟରେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ ସହ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ସମସ୍ତ ଗୁରୁତର ଛାତ୍ରଛାତ୍ରୀଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories