www.samajalive.in
Saturday, December 6, 2025
23.1 C
Bhubaneswar

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ

ସମାଜ ଡିଜିଟାଲ ଡେସ୍କ: ମାଓ ଦମନ ଅଭିଯାନ କ୍ଷେତ୍ରରେ କନ୍ଧମାଳ ଜିଲା ପୁଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ଏହି ଅଭିଯାନରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ ନିପାତ ହୋଇଛନ୍ତି। ଏଥିସହ ଘଟଣାସ୍ଥଳରୁ ଗୋଟିଏ ରାଇଫଲ, ରିଭଲଭର, ଗୁଳି, ୱାକି ଟକି, ବ୍ୟାଟେରୀ ଏବଂ ଅନ୍ୟାନ୍ୟ ମାଓ ସାମଗ୍ରୀ ଜବତ କରାଯାଇଛି। ମୃତ ମାଓବାଦୀ ଦ୍ଵୟ ମଙ୍କୁ ଏବଂ ଚନ୍ଦନ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। କନ୍ଧମାଳ ଜିଲାରେ ସକ୍ରିୟ ଥିବା ମାଓବାଦୀ ଗ୍ରୁପର ମଙ୍କୁ ଏସିଏମ କ୍ୟାଡର ଏବଂ ଚନ୍ଦନ ପାର୍ଟି ସଦସ୍ୟ ବୋଲି ପୁଲିସ ପ୍ରାରମ୍ଭିକ ସୂଚନା ପାଇଛି।

ସୂଚନା ଅନୁସାରେ, ବାଲିଗୁଡା ଥାନା ଅଧୀନ ପୁରାଣଜିଆବ ସଂରକ୍ଷିତ ଜଙ୍ଗଲ ନିକଟରେ କିଛି ମାଓବାଦୀ ଲୁଚି ରହିଥିବା ସଂକ୍ରାନ୍ତରେ ଜିଲା ପୁଲିସ ଗୁଇନ୍ଦା ସୂତ୍ରରୁ ଖବର ପାଇଥିଲା। ଏହାପରେ କନ୍ଧମାଳ ଏସପି ହରିଶ ବି.ସିଙ୍କ ନିର୍ଦ୍ଦେଶକ୍ରମେ ଜିଲାର ଡିଭିଏଫ ଯବାନ ଟିମ୍ ସମ୍ପୃକ୍ତ ଅଞ୍ଚଳରେ ମାଓ ବିରୋଧୀ ଅଭିଯାନ ଆରମ୍ଭ କରିଥିଲେ। ଆଜି ପୂର୍ବାହ୍ନ ପ୍ରାୟ ୧୨ଟା ସମୟରେ ଡିଭିଏଫ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହି ଗୁଳି ବିନିମୟରେ ମଙ୍କୁ ଏବଂ ଚନ୍ଦନଙ୍କ ମୃତ୍ୟୁ ଘଟିଛି। ପୁଲିସ ଉଭୟଙ୍କ ମୃତଦେହ ଜବତ କରିବାସହ ସମ୍ପୃକ୍ତ ଅଞ୍ଚଳରେ ଅପେରସନ ଜୋରଦାର କରିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories