www.samajalive.in
Saturday, December 6, 2025
14.1 C
Bhubaneswar

ଅତିରିକ୍ତ କମିଶନରଙ୍କୁ ମାଡ ଘଟଣା: ଜଗନ୍ନାଥ କହିଲେ ମୋତେ କରିଥିଲେ ଦୁର୍ବ୍ୟବହାର

ସମାଜ ଡିଜିଟାଲ ଡେସ୍କ: ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରୁ ଘୋଷାଡି ଆଣି ମାଡ ମାରିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ । ଗଣମାଧ୍ୟମରେ ସବୁ ସତ କହିଛନ୍ତି ଜଗନ୍ନାଥ । ମୋତେ ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁ ଖରାପ ବ୍ୟବହାର କରିଥିଲେ । ଜଣେ ସ୍ୱଚ୍ଛ ସାଥୀ ଭଉଣୀଙ୍କୁ ଦୁର୍ବ୍ୟବହାର ନେଇ ଫୋନ୍‍ କରିଥିଲି । ୩୪ନମ୍ବର ୱାର୍ଡର ସ୍ୱଚ୍ଛ ସାଥୀ ଭଉଣୀଙ୍କୁ ଜାତି ନେଇ ଆକ୍ଷେପ କରିବା ସହ ଚାକିରିରୁ ବାହାର କରିବାକୁ ଧମକାଇଥିଲେ । ମୁଁ ପଚାରିବାରୁ ମୋତେ ତମେ କିଏ, କାହିଁକି ପଚାରୁଛ କହି ଖରାପ ବ୍ୟବହାର କରିଥିଲେ । ସେଥିପାଇଁ ସୋସିଆଲ ମିଡ଼ିଆରେ ଗୋଟିଏ ହାତରେ ତାଳି ବାଜେନି ବୋଲି ଲେଖିଥିଲି ।

ସୋମବାର ବିଏମସି ଅତିରିକ୍ତ କମିଶନରଙ୍କୁ କିଛି ଦୁର୍ବୃତ୍ତ ମାଡ ମାରିବା ସହ ଆକ୍ରମଣ କରିଥିଲେ । ଏହି ଅଭିଯୁକ୍ତମାନେ ଜଗନ୍ନାଥ ପ୍ରଧାନଙ୍କ ସମର୍ଥକ ବୋଲି ଅଭିଯୋଗ ହୋଇଛି । ଏସମ୍ପର୍କରେ ଜଗନ୍ନାଥ କହିଛନ୍ତି ଯେ ମୁଁ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ କିମ୍ବା ଦୁଇ ଜଣଙ୍କୁ ଜାଣିଛି । ଏହି ଘଟଣାକୁ ନିନ୍ଦନୀୟ ବୋଲି କହିଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories