www.samajalive.in
Wednesday, December 10, 2025
26.1 C
Bhubaneswar

ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ

ଚେନ୍ନାଇ : ତାମିଲନାଡୁର ଶିବକାଶୀ ଜିଲାରେ ଥିବା ଏକ ବାଣ ତିଆରି କାରଖାନାରେ ବିସ୍ଫୋରଣ ଘଟିଥିବା ନେଇ ମଙ୍ଗଳବାର ଖବର ସାମ୍ନାକୁ ଆସିଛି । ଏଠାରେ ବାଣ ତିଆରି କାରଖାନାରେ ହଠାତ୍‌ ବିସ୍ପୋରଣ ଘଟିଥିଲା । ଏଥିରେ ୫ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ୨ ମହିଳା ସମେତ ଅନ୍ୟ ୩ ଶ୍ରମିକ ରହିଛନ୍ତି । ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ବିସ୍ଫୋରଣ ପରେ ନିଆଁ ଲାଗିବା କାରଣରୁ ସମଗ୍ର ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା ।

ପୁଲିସ ଠାରୁ ମିଳିଥିବା ସୂଚନାନୁସାରେ, ଏହି ଭୟଙ୍କର ଅଗ୍ନିକାଣ୍ଡ ସମଗ୍ର ୟୁନିଟ୍‌କୁ ନଷ୍ଟ କରିଛି। ଦୁର୍ଘଟଣାରେ ଅନେକ ଲୋକ ଆହତ ମଧ୍ୟ ହୋଇଛନ୍ତି। ବିସ୍ଫୋରଣ ପରେ କାରଖାନାରୁ ଧୂଆଁ ବାହାରୁଥିବା ଏବଂ ବାଣ ଫୁଟିବାର ଶବ୍ଦ ବହୁ ଦୂର ପର୍ଯ୍ୟନ୍ତ ଶୁଣାଯାଇଥିଲା। ଘଟଣା ପରେ ପୁଲିସ ଏବଂ ଅଗ୍ନିଶମ କର୍ମଚାରୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ତୁରନ୍ତ ଡାକ୍ତରଖାନାକୁ ନେଇଯାଇଥିଲେ। ଅଗ୍ନିଶମ କର୍ମଚାରୀ ଓ ଉଦ୍ଧାରକାରୀ ଦଳର ଜଣେ ଅଧିକାରୀ କହିଛନ୍ତି, ବର୍ତ୍ତମାନ ବିସ୍ଫୋରଣ ପରେ ଲାଗିଥିବା ନିଆଁକୁ ନିୟନ୍ତ୍ରଣ କରାଯାଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ନେତାନ୍ୟାହୁ ଯିବେ ଆମେରିକା, ଟ୍ରମ୍ପଙ୍କ ସହ ପୁଣି କରିବେ ଆଲୋଚନା, ହୋଇପାରେ ବଡ ନିଷ୍ପତ୍ତି

- Advertisement -

ଦୀର୍ଘ ବର୍ଷ ପରେ ଜୁଲାଇରେ ଦୁର୍ଲ୍ଲଭ ରାଜଯୋଗ; ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ, କିଏ ହେବେ କୋଟିପତି, କିଣିବେ ଘର, ଗାଡି, ହେବେ ଭାଗ୍ୟଶାଳୀ..

Hot this week

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

Related Articles

Popular Categories