www.samajalive.in
Friday, December 5, 2025
26.1 C
Bhubaneswar

ଆଜି ୫ ଜିଲାକୁ ପ୍ରବଳ ବର୍ଷା ସତର୍କତା

ଭୁବନେଶ୍ବର : ଲଘୁଚାପ ଦୁର୍ବଳ ହୋଇଥିଲେ ମଧ୍ୟ ଗତ ୨୪ ଘଣ୍ଟାରେ କୋରାପୁଟ ଜିଲାର କୋଟପାଡ଼ରେ ସବୁଠୁ ଅଧିକ ୧୫୨ ମି.ମି. ବର୍ଷା ହୋଇଛି। ଜିଲାର ଜୟପୁରରେ ୧୪୧.୮ ମି.ମି, ସେମିଳିଗୁଡ଼ାରେ ୧୨୪.୩, କୋରାପୁଟରେ ୧୧୫.୮ ଏବଂ ବୋରିଗୁମ୍ମାରେ ୮୯.୪ମି.ମି. ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ରେକର୍ଡ କରାଯାଇଛି। ଢେଙ୍କାନାଳ, କଟକ, ମୟୂରଭଞ୍ଜ, ସୁନ୍ଦରଗଡ଼, ନବରଙ୍ଗପୁର ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ବୁଧବାର ସକାଳ ସାଢ଼େ ୮ଟାରୁ ସନ୍ଧ୍ୟା ସାଢ଼େ ୫ଟା ମଧ୍ୟରେ କୋରାପୁଟରେ ୮୯.୮ମି.ମି. ବର୍ଷା ହୋଇଥିବା ବେଳେ ବିଭିନ୍ନ ଅଞ୍ଚଳରେ ୩୦ରୁ ୪୦ମି.ମି. ମଧ୍ୟରେ ବର୍ଷା ରେକର୍ଡ କରାଯାଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଦକ୍ଷିଣ ଝାଡ଼ଖଣ୍ଡ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ରହିଛି। ସେହିପରି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ମୌସୁମୀ ନିମ୍ନଚାପରେଖା ଏବଂ ଦକ୍ଷିଣ-ପୂର୍ବ ରାଜସ୍ଥାନରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ନିମ୍ନଚାପରେଖା ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତା ୭ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗିର, ବୌଦ୍ଧ ଏବଂ ନୂଆପଡ଼ା ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସମ୍ପୃକ୍ତ ଜିଲାର ଜିଲାପାଳଙ୍କୁ ନିର୍ଦେଶ ଦିଆଯାଇଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories