www.samajalive.in
Saturday, December 6, 2025
16.1 C
Bhubaneswar

ଗୁରୁବାର ରାଶିଫଳ: ଧନସମ୍ପଦ ଭରପୂର ରହିବ

ମେଷ: ଭାଗ୍ୟଶାଳୀ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ମିଳିବ।

ବୃଷ: ଶ୍ରୀଚନ୍ଦ୍ର ଭୋଗ ହେତୁ ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ। ଧନସମ୍ପଦ ଭରପୂର ରହିବ। ସଂଗ୍ରାମୀ ମନୋବୃତ୍ତିର ହୋଇପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ।

- Advertisement -

ମିଥୁନ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କର୍ମଚଞ୍ଚଳ ରହିବେ।

କର୍କଟ: କୁଳ ଉଜ୍ଜ୍ବଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ପ୍ରଥିତଯଶା ସମ୍ପନ୍ନ ହେବେ। ନିଜ ପରିବାର ପ୍ରତି ସ୍ନେହଭାବ ରହିବ।

ସିଂହ: ଭାଗ୍ୟଶାଳୀ ହେବେ। ଭୋଗ, ବିଳାସ ଆପଣଙ୍କ ନିକଟରେ ଗୌଣ ହୋଇପାରେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କନ୍ୟା: ମହିଳା ସଂଗଠନର ନେତୃତ୍ବ ନେଇ ନାନା ହିତକର କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଧନାଗମର ସୂଚନା ମିଳୁଛି। ପାରିବାରିକ ଜୀବନ ସ୍ନେହପୂର୍ଣ୍ଣ ହେବ। ବିବାଦରେ ବିଜୟୀ ହେବେ।

ତୁଳା: ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ଆକସ୍ମିକ ବିପଦର ସମ୍ମୁଖୀନ ହୋଇପାରନ୍ତି। ଉପୁଜିବାକୁ ଥିବା ଜଟିଳ ସମସ୍ୟାକୁ ସ୍ଥିର ଚିତ୍ତରେ ସମାଧାନ କରିବେ। ଜନସେବାରେ ନିଜକୁ ସମର୍ପିତ କରିବେ।

ବିଛା: ସେବା କ୍ଷେତ୍ରରେ ଅଗ୍ରଗଣ୍ୟ ଭୂମିକା ନିର୍ବାହ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସ୍ବ ସୁକର୍ମ ପାଇଁ ମନ ମଧ୍ୟରେ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ।

ଧନୁ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃ ବନ୍ଧନ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ସେବା ମନୋଭାବର ହେବେ।

ମକର: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ ଓ ଧାର୍ମିକ ପ୍ରବୃତ୍ତିର ହେବେ।

କୁମ୍ଭ: ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ରହିଛି। ବୁଦ୍ଧିମାନ୍‌ ହେବେ।

ମୀନ: ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ୍ତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ ହେବେ।

Hot this week

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories