www.samajalive.in
Tuesday, December 9, 2025
23.1 C
Bhubaneswar

ଦ୍ୱନ୍ଦ୍ୱ ରଖନ୍ତୁ ନାହିଁ, ସମସ୍ତ ଚିଟ୍‍ଫଣ୍ଡ କ୍ଷତିଗ୍ରସ୍ତ ଟଙ୍କା ପାଇବେ-ବିଜେପି ସଭାପତି

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ଚିଟଫଣ୍ଡ କ୍ଷତିଗ୍ରସ୍ତମାନେ ଖୁବଶୀଘ୍ର ସେମାନଙ୍କ ଟଙ୍କା ଫେରିପାଇବେ । ୪ମାସ ମଧ୍ୟରେ ଟଙ୍କା ଫେରସ୍ତ ନେଇ ପ୍ରକ୍ରିୟା ଆରମ୍ଭ ହେବ ବୋଲି ଆଜି ପ୍ରେସମିଟରେ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି ବିଜେପି ନିର୍ବାଚନ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଥିଲା ଯେ ସରକାର ଗଢିବା ପରେ ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କୁ ସେମାନଙ୍କର ଟଙ୍କା ପ୍ରଦାନ କରାଯିବ ।

ଆଜି ପ୍ରେସମିଟରେ ସଭାପତି କହିଛନ୍ତି କ୍ଷୁଦ୍ର ଜମାକାରୀ ହୁଅନ୍ତୁ କିମ୍ବା ବଡ ଜମାକାରୀ ସମସ୍ତଙ୍କୁ ଟଙ୍କା ମିଳିବ । ମନରେ କୌଣସି ଦ୍ୱନ୍ଦ୍ୱ ରହିବା ଉଚିତ୍‍ ନୁହେଁ, ସମସ୍ତ କ୍ଷତିଗ୍ରସ୍ତ ଟଙ୍କା ପାଇବେ । ସେ୧୦ ହଜାର ହେଉ କିମ୍ବା ୧୦ଲକ୍ଷ ସମସ୍ତେ ଟଙ୍କା ଫେରସ୍ତ ପାଇବେ । ବର୍ଷେ ଭିତରେ ୧ଲକ୍ଷ ୨୬ହଜାର ୧୩୭ଯୋଗ୍ୟ ଜମାକାରୀଙ୍କୁ ଟଙ୍କା ଫେରସ୍ତ ହୋଇଛି । ୩/୪ମାସରେ ୫ଲକ୍ଷ ଯୋଗ୍ୟ ଜମାକରୀଙ୍କୁ ଟଙ୍କା ଫେରସ୍ତ କରାଯିବ । ତାଲିକା ସଂପୂର୍ଣ୍ଣ ହୋଇଛି, ସେହି ଅନୁସାରେ ଟଙ୍କା ଫେରସ୍ତ କରାଯିବ । ଏହା ଏକ ନିୟମିତ ପ୍ରକ୍ରିୟା, ଆଉ ତାଲିକା ଆସିଲେ ପର୍ଯ୍ୟାୟ କ୍ରମେ ଟଙ୍କା ଦିଆଯିବ ବୋଲି ମନମୋହନ କହିଛନ୍ତି ।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories