www.samajalive.in
Sunday, December 14, 2025
18.1 C
Bhubaneswar

୮୫ ହଜାରରୁ ଉର୍ଦ୍ଧ୍ବ ଟଙ୍କାର ମହୁଲ ଓ ମହୁଲି ମଦ ଜବତ, ୪ ଗିରଫ

ପାଟଣା : କେନ୍ଦୁଝର ଓ ପାଟଣା ଅଞ୍ଚଳରେ ଆଜି ଅବକାରୀ ବିଭାଗ ଚଢାଉ ସମୟରେ ୮୫ ହଜାରରୁ ଉର୍ଦ୍ଧ୍ବ ଟଙ୍କାର ମହୁଲ ଓ ମହୁଲି ମଦ ଜବତ କରାଯିବା ସହ ୪ ଜଣଙ୍କୁ ଗିରଫ କରାଯାଇଛି । ଜିଲ୍ଲା ଅବକାରୀ ବିଭାଗ ଓ ରାଜ୍ୟ ଫ୍ଲାଇଁ ସ୍କ୍ବାର୍ଡ଼ର ମିଳିତ ଚଢାଉ ସମୟରେ ପାଟଣା ବ୍ଲକ ଅନ୍ତର୍ଗତ ତୁରୁମୁଙ୍ଗା ଗ୍ରାମର ଅଧିକାରୀ ସାହୁଙ୍କ ଘରେ ଚଢାଉ କରି ମହଜୁଦ ଥିବା ୧୪ କ୍ଵିଣ୍ଟାଲ ଚୋରା ମହୁଲ ଜବଦ କରାଯାଇଛି। ଯାହାର ଅନୁମାନିକ ମୂଲ୍ୟ ୭୦ ହଜାର ଟଙ୍କା ହେବ । ଏହା ସହ କେନ୍ଦୁଝର ସହରର ବିଭିନ୍ନ ଅଞ୍ଚଳରେ ଚଢାଉ କରାଯାଇ ଅନୁମାନିକ ୧୫ ହଜାର ଟଙ୍କାର ମହୁଲି ମଦ ମଧ୍ୟ ଜବତ କରାଯାଇଛି । ଏପରି ସମୁଦାୟ ପାଖାପାଖି ୮୫ ହଜାର ଟଙ୍କାର ମହୁଲ ଓ ମହୁଲି ମଦ ଜବତ କରାଯିବା ସହ ୪ ଜଣଙ୍କୁ ଗିରଫ କରାଯାଇଥିବା ନେଇ ଅବକାରୀ ନିରୀକ୍ଷକ ଗିରିଜା ନନ୍ଦନ ଜେନା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories