www.samajalive.in
Saturday, December 6, 2025
23.1 C
Bhubaneswar

ଆଜି ଏହି ରାଶିର ଲୋକଙ୍କର ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ

ମେଷ : ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ମୋହ ପଙ୍କରୁ ମୁକ୍ତ ହୋଇ ଦିବ୍ୟ ଜ୍ଞାନ ପ୍ରାପ୍ତ ହେବେ। ଆର୍ଥିକ ସ୍ଥିତିରେ ଢେର ଉନ୍ନତି ଘଟିବ। ଅଶ୍ବିନୀ ଓ କୃତ୍ତିକା ନକ୍ଷତ୍ରଜାତ ବ୍ୟକ୍ତି ସାମାନ୍ୟ ଶୁଭଫଳ ପ୍ରାପ୍ତ ହେବେ।
ବୃଷ: ରୋହିଣୀ ନକ୍ଷତ୍ରଜାତ ବ୍ୟକ୍ତି ତ୍ୟାଗଶୀଳ ମନୋବୃତ୍ତିର ହୋଇପାରନ୍ତି। ସମ୍ମାନସ୍ପଦ ହେବେ। ଅତି ସୁଖୀ ଓ କୀର୍ତ୍ତିମାନ୍‌ ହେବେ। ବିବିଧ ସୂତ୍ରରୁ ଧନାଗମ ହେବ। କୃତ୍ତିକା ଓ ମୃଗଶିରା ନକ୍ଷତ୍ରର ସାମାନ୍ୟ ଶୁଭଫଳ।
ମିଥୁନ: ଆର୍ଦ୍ରା ନକ୍ଷତ୍ରଜାତ ବ୍ୟକ୍ତିଙ୍କର ଦିନଟି ସୁଖବୋଧ ହେବ। କୀର୍ତ୍ତିମାନ୍‌ ହୋଇପାରନ୍ତି। ସାମାଜିକ ସ୍ତରରେ ସମ୍ମାନିତ ହେବେ। ଆୟ ଆଶାନୁରୂପ ହେବ। ମୃଗଶିରା ଓ ପୁନର୍ବସୁ ନକ୍ଷତ୍ରର ସାମାନ୍ୟ ଶୁଭଫଳ।
କର୍କଟ: ପୁଷ୍ୟା ଓ ଅଶ୍ଲେଷା ନକ୍ଷତ୍ରଜାତ ବ୍ୟକ୍ତିଙ୍କର ତପ ସାଧନା ଫଳବତୀ ହେବ। ମଧୁର କଥାରେ ପରକୁ ଆପଣାର କରିବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। ପୁନର୍ବସୁ ନକ୍ଷତ୍ରଜାତ ବ୍ୟକ୍ତି ଅସହାୟ ହେବେ।
ସିଂହ:   ପୂର୍ବା ଫାଲ୍‌ଗୁନୀ ନକ୍ଷତ୍ରଜାତ ବ୍ୟକ୍ତି ସାଧୁସଙ୍ଗ ଲାଭକରି ଗଭୀର ଜ୍ଞାନର ଅଧିକାରୀ ହେବେ। ଜନସାଧାରଣଙ୍କ ଦ୍ବାରା ଉଚ୍ଚାସନରେ ଆସୀନ ହେବେ। ମଘା ଓ ଉତ୍ତରା ଫାଲ୍‌ଗୁନୀ ନକ୍ଷତ୍ରର ସାମାନ୍ୟ ଶୁଭଫଳ।
କନ୍ୟା:  ହସ୍ତା ନକ୍ଷତ୍ରଜାତ ବ୍ୟକ୍ତି ପ୍ରଭୂତ ବିତ୍ତର ଅଧିକାରୀ ହେବେ। ସାଧୁ ସେବା ନିରତ ହୋଇପାରନ୍ତି। ପତ୍ନୀଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବେ। ଉତ୍ତରା ଫାଲ୍‌ଗୁନୀ ଓ ଚିତ୍ରା ନକ୍ଷତ୍ରଜାତ ବ୍ୟକ୍ତିଙ୍କ ସାମାନ୍ୟ ଶୁଭଫଳ।
ତୁଳା: ସ୍ବାତୀ ନକ୍ଷତ୍ରଜାତ ବ୍ୟକ୍ତିବିଶେଷ କ୍ଷମତାର ଅଧିକାରୀ ହେବେ। କ୍ଷମତାର ବିକେନ୍ଦ୍ରୀକରଣ କରି ଅନୁଗତଙ୍କ ସମ୍ମାନାସ୍ପଦ ହେବା ସହ ପ୍ରଶଂସାର ପାତ୍ର ହେବେ। ଚିତ୍ରା ଓ ବିଶାଖା ନକ୍ଷତ୍ରର ସାମାନ୍ୟ ଶୁଭ ଫଳ।
ବିଛା: ଅନୁରାଧା ଓ ଜ୍ୟେଷ୍ଠା ନକ୍ଷତ୍ରଜାତ ବ୍ୟକ୍ତି ନିର୍ଦେଶିତ ସଂହିତାକୁ ପାଥେୟ କରି କର୍ମତତ୍ପର ରହିବେ। ବିନୀତ ସ୍ବଭାବସମ୍ପନ୍ନ ହେବେ। ବିଶାଖା ନକ୍ଷତ୍ରଜାତ ବ୍ୟକ୍ତିଙ୍କୁ ସତର୍କରେ ଚଳିବାକୁ ପଡ଼ିବ।
ଧନୁ:  ପୂର୍ବାଷାଢ଼ା ନକ୍ଷତ୍ରଜାତ ବ୍ୟକ୍ତିଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭପ୍ରଦ। ବହୁ ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରୁ ଶୁଭଫଳ ମିଳିବ। ମୂଳା ଓ ଉତ୍ତରାଷାଢ଼ା ନକ୍ଷତ୍ରଜାତ ବ୍ୟକ୍ତିଙ୍କୁ ସତର୍କରେ ଚଳିବାକୁ ପଡ଼ିବ।
ମକର: ଶ୍ରବଣା ନକ୍ଷତ୍ରଜାତ ବ୍ୟକ୍ତି ଅଭିନବ କୌଶଳ ପ୍ରୟୋଗ କରି ଶତ୍ରୁ ସଂହାର କରିବେ ଓ ମାନସିକ ଅଶାନ୍ତି ଦୂର କରିବାରେ ସକ୍ଷମ ହେବେ। ଉତ୍ତରାଷାଢ଼ା ଓ ଧନିଷ୍ଠା ନକ୍ଷତ୍ରର ସାମାନ୍ୟ ଶୁଭଫଳ।
କୁମ୍ଭ:  ଶତଭିଷା ନକ୍ଷତ୍ରଜାତ ବ୍ୟକ୍ତି ଜ୍ଞାନାର୍ଜନ ପାଇଁ ନାନା ଉପାଦେୟ ପୁସ୍ତକ ଅଧ୍ୟୟନରେ ମନୋନିବେଶ କରିବେ। ବିଭିନ୍ନ ସ୍ତରରୁ ଆର୍ଥିକ ସହାୟତା ମିଳିବ। ପୂର୍ବଭାଦ୍ର ଓ ଧନିଷ୍ଠାର ସାମାନ୍ୟ ଶୁଭ ଫଳ।
ମୀନ: ଉତ୍ତର ଭାଦ୍ର ଓ ରେବତୀ ନକ୍ଷତ୍ରଜାତ ବ୍ୟକ୍ତିଙ୍କର ବାସଗୃହ ପରିବେଶ ପ୍ରଦୂଷଣମୁକ୍ତ ରହିବ। ଯାନବାହନ ସୁଖ ମିଳିବ। କଠିନ କାର୍ଯ୍ୟକୁ ସୂଚାରୁ ରୂପେ ସମ୍ପାଦନ କରିବେ। ପୂର୍ବଭାଦ୍ର ନକ୍ଷତ୍ରର ସାମାନ୍ୟ ଶୁଭ ଫଳ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories