www.samajalive.in
Sunday, December 14, 2025
14.1 C
Bhubaneswar

ଫୁଲବାଣୀ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଫୁଲବାଣୀ: ୭୬ତମ ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ ଫୁଲବାଣୀର ଯୁବ ରେଡ୍ କ୍ରସ୍ ଶାଖା ଆନୁକୁଲ୍ୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ସୁବାସ ଚନ୍ଦ୍ର ପ୍ରଧାନ ମହାବିଦ୍ୟାଳୟ ପ୍ରାଙ୍ଗଣରେ ବୃକ୍ଷରୋପଣ କରିଥିଲେ ଏବଂ ସମସ୍ତଙ୍କୁ ବୃକ୍ଷରୋପଣ କରିବା ସହ ଜଙ୍ଗଲ ସୁରକ୍ଷା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ବରିଷ୍ଠ ପ୍ରଫେସର୍ ମୂରଲୀଧର ସେଠୀ ଏବଂ ସୁକାନ୍ତ କୁମାର ବେହେରା ମହାବିଦ୍ୟାଳୟର ସୌନ୍ଦର୍ଯ୍ୟ ଏବଂ ସବୁଜିମା ବୃଦ୍ଧି କରିବା ନିମନ୍ତେ ବୃକ୍ଷ ରୋପଣ କାର୍ଯ୍ୟକୁ ଗୁରୁତ୍ୱ ଦେବା ସହ ଚାରା ଯୋଗାଇଥିଲେ।

କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ପାଠାଗାର ତରଫରୁ ମଧ୍ୟ କିଛି ଚାରା ଯୋଗାଇ ଦିଆଯାଇଥିଲା। ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନାର ସ୍ୱେଚ୍ଛାସେବୀ, ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର କ୍ୟାଡେଟ୍ସ୍ ସମେତ ଛାତ୍ରଛାତ୍ରୀମାନେ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭିନ୍ନ ପ୍ରକାର ଚାରା ମହାବିଦ୍ୟାଳୟ ପରିସରରେ ରୋପଣ କରିଥିଲେ ଏବଂ ବୃକ୍ଷ ଗୁଡ଼ିକ ସୁରକ୍ଷା ନିମନ୍ତେ ଶପଥ ନେଇଥିଲେ।

Hot this week

ପଶ୍ଚିମବଙ୍ଗରେ ଏସଆଇଆର ପ୍ରଭାବ

ମମତାଙ୍କ ନିର୍ବାଚନମଣ୍ଡଳୀରେ ବାଦ ପଡିଛନ୍ତି ୪୪ ହଜାର ଭୋଟର କଲକାତା : ନିର୍ବାଚନ...

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

Related Articles

Popular Categories