www.samajalive.in
Thursday, December 11, 2025
18.1 C
Bhubaneswar

ଫ୍ରେଣ୍ଡସ କ୍ଲବ ପକ୍ଷରୁ ଡ.ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ  ଜୟନ୍ତୀ

ଆଠଗଡ଼: ଆଠଗଡ ବ୍ଲକ୍ ଅନ୍ତର୍ଗତ କନ୍ଦରପୁର ପଞ୍ଚାୟତର ଅଗ୍ରଣୀ ସ୍ବେଚ୍ଛାସେବୀ ସଙ୍ଗଠନ ଫ୍ରେଣ୍ଡସ କ୍ଲବ ଦ୍ଵାରା ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜନ୍ମଜୟନ୍ତୀ ରବିବାର ପାଳନ ହୋଇଯାଇଛି। ଏହା ଭାରତ ସରକାରଙ୍କ କ୍ରୀଡା ଓ ଯୁବସେବା ମନ୍ତ୍ରଣାଳୟ ଅଧୀନ ମୋ ଭାରତ ସଂଗଠନ, କଟକ ଜିଲ୍ଲା ଶାଖା ସହଯୋଗରେ ଅନୁଷ୍ଠିତ ହୋଇଥିଲା। ଡକ୍ଟର ମୁଖାର୍ଜୀଙ୍କ ତୈଳଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ଓ ପ୍ରଦୀପ ପ୍ରଜ୍ବଳନ ପରେ କ୍ଲବର ସଭାପତି ସଭାପତି ଇଂ ପ୍ରିୟବ୍ରତ ଦାସଙ୍କ ପୌରହିତ୍ୟରେ ଏକ ସଚେତନତା ସଭା ଆୟୋଜିତ ହୋଇଥିଲା।

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ୍ କ୍ଷୀରୋଦ ଚନ୍ଦ୍ର ସାହୁ, ମୁଖ୍ୟବକ୍ତା ଭାବେ ପ୍ରକାଶ ଚନ୍ଦ୍ର ଦଳାଇ ଓ ସମ୍ମାନିତ ଅତିଥି ଭାବେ ସମାଜସେବୀ ବିରଞ୍ଚି ନାରାୟଣ ସାହୁ ଯୋଗଦେଇ ଡକ୍ଟର ମୁଖାର୍ଜୀଙ୍କ ଦେଶଭକ୍ତି ଏବଂ ସଂଘର୍ଷମୟ ଜୀବନୀ ଉପରେ ଆଲୋକପାତ କରିଥିଲେ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

Related Articles

Popular Categories