www.samajalive.in
Sunday, December 14, 2025
19.1 C
Bhubaneswar

୭୬ ତମ ବନ ମହୋତ୍ସବ ପାଳିତ

ଗଞ୍ଜାମ : ଗଞ୍ଜାମ ବ୍ଲକ ଅନ୍ତର୍ଗତ ସୁବଳୟା ସ୍ଥିତ ଗୋପାଳ କୃଷ୍ଣ  ସରକାରୀ ଉଚ୍ଚ ବିଦ୍ୟାଳୟରେ ୭୬ ତମ ବନ ମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ପ୍ରଶାନ୍ତ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରଶାନ୍ତ ରାଓ, ମୁଖ୍ୟ ବକ୍ତା ଭାବେ ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷକ ବିଜୟ କୁମାର ବିଶ୍ୱାଳ,ସମ୍ମାନିତ ଅତିଥି ଭାବେ ପୂର୍ବତନ ପ୍ରଧାନ ଶିକ୍ଷକ ବାଳକୃଷ୍ଣ ମହାରଣା,ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଦିଲୀପ ବେହେରା,ନାଏ ବ ସରପଞ୍ଚ ରାକେଶ କୁମାର ସାହୁ, ଦେବାଶିଷ ପଟ୍ଟନାୟକ, ଶିକ୍ଷକ ବିଭୁତି ବେହେରା, ପ୍ରମୁଖ ଯୋଗ ଦେଇ ଦେଖାଦେଇଥିବା ପରିବେଶ ପ୍ରଦୂଷଣ, ଜଳ ବାୟୁର ପରିବର୍ତନ,ବିଶ୍ୱ ତାପନ କବଳରୁ କିଭଳି ରକ୍ଷା ମିଳିବ ସେ ଉପରେ ଆଲୋଚନା କରିଥିଲେ। ମୁଖ୍ୟତଃ ଭାବେ ବୃକ୍ଷ ରୋପଣ ର ଆବଶ୍ୟକତା ଜରୁରୀ ହୋଇପଡ଼ିଥିବା ଅତିଥି ମାନେ ମତାମତ ଦେଇଥିଲେ। ଇକୋ କ୍ଳବ ଅଧିକାରୀ ମନୀଷା ବିଶ୍ୱାସ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ। ବରିଷ୍ଠ ଶିକ୍ଷୟତ୍ରୀ ସନ୍ଦ୍ୟାରାଣୀ ଧନ୍ୟବାଦ ଅର୍ପଣ କରଥିଲେ । ଅତିଥି ମାନଙ୍କ ଦ୍ଵାରା ବିଦ୍ୟାଳୟରେ ଚାରା ରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, କର୍ମଚାରୀ ପରିଚାଳନା କରିଥିଲେ ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories