www.samajalive.in
Monday, December 8, 2025
24.1 C
Bhubaneswar

ବାଙ୍କୀରେ କଟକ ଜିଲ୍ଲାପାଳଙ୍କ ଜନଅଭିଯୋଗ ଶୁଣାଣି ଶିବିର

କଳାପଥର (ବାଙ୍କୀ): ବାଙ୍କୀ ବ୍ଲକରେ ଏକ ଜନଅଭିଯୋଗ ଶୁଣାଣି ଶିବିର କଟକ ଜିଲ୍ଲାପାଳ ଦତାତ୍ରୟ ଭାଉ ସାହେବ ସିଦ୍ଧେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବାଙ୍କୀ ବ୍ଲକ ତଥା ଆଖପାଖର ଜନସାଧାରଣ ଯୋଗଦେଇ ନିଜ ନିଜର ବ୍ୟକ୍ତିଗତ ଓ ସାମୂହିକ ସମସ୍ୟା ସମାଧାନ ନିମନ୍ତେ ଜିଲ୍ଲାପାଳଙ୍କୁ ଅବଗତ କରାଇଥିଲେ। ବିଭିନ୍ନ ଅଭିଯୋଗ ମଧ୍ୟରେ ଆବାସ ଯୋଜନା, ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା, ଭିନ୍ନକ୍ଷମ ଭତ୍ତା, କୃଷି, ରାଜସ୍ୱ, ଫୌଜଦାରୀ, ସ୍ୱାସ୍ଥ୍ୟ, ଶିକ୍ଷା ପ୍ରଭୃତି ବିଭିନ୍ନ ସମସ୍ୟା ସଂପର୍କିତ ମୋଟ ୮୩ଗୋଟି ଅଭିଯୋଗର ଜନଶୁଣାଣି କରି ଉପସ୍ଥିତ ବିଭାଗୀୟ ଅଧିକାରୀଙ୍କୁ କାର୍ଯ୍ୟାନୁଷ୍ଠାନ ନିମନ୍ତେ ନିର୍ଦ୍ଦେଶ ପ୍ରଦାନ କରିଥିଲେ।

ଅଭିଯୋଗ ଶୁଣାଣି ଶିବିରରେ କଟକ ଗ୍ରାମାଞ୍ଜଳ ଆରକ୍ଷୀ ଅଧିକ୍ଷକ ପ୍ରତିକ ସିଂହ, ଅତିରିକ୍ତ ଜିଲ୍ଲାପାଳ ଶିବଟପୋ, କଟକ ଜିଲ୍ଲା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ପ୍ରଶାନ୍ତ କୁମାର ନାୟକ, ବାଙ୍କୀ ଉପଜିଲ୍ଲାପାଳ ପ୍ରଣବ କୁମାର ବେହେରା, ଉପଖଣ୍ଡ ଚିକିତ୍ସାଳୟ ଅଧିକ୍ଷକ ଡାକ୍ତର ବନବାସୀ ବେହେରା, ଉପଖଣ୍ଡ ଆରକ୍ଷୀ ଅଧିକାରୀ ବାଳକୃଷ୍ଣ କହଁର, ବାଙ୍କୀ ଥାନା ଅଧିକାରୀ ଦିଲ୍ଲୀପ କୁମାର ମର୍ଦ୍ଦରାଜ ଭୂୟାଁ, ତହସିଲଦାର ବାଙ୍କୀ ଓ ଡମପଡ଼ା ଅଶେଷ କୁମାର ନାୟକ ଓ ବୈଶାଖୀ ଲେଙ୍କା , ବାଙ୍କୀ ବ୍ଲକ ବିଡିଓ , ବାଙ୍କୀ ଏନ୍‌.ଏ.ସି ଅଧିକାରୀ ପ୍ରଫୁଲ୍ଲ କୁମାର ବିଶ୍ୱାଳଙ୍କ ସମେତ ଜିଲ୍ଲା, ଉପଖଣ୍ଡ ଓ ବ୍ଲକର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ଶିବିରରେ ସହଯୋଗ କରିଥିଲେ।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories