www.samajalive.in
Sunday, December 14, 2025
16.1 C
Bhubaneswar

ମହାନଦୀରେ ବଢୁଛି ଜଳସ୍ତର : ମୁଣ୍ଡଳୀରେ ପହଞ୍ଚିଲା ହୀରାକୁଦର ପ୍ରଥମ ବନ୍ୟାଜଳ

କଟକ: ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଲାଗି ରହିବା ଯୋଗୁଁ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇବା ସହ ବନ୍ୟା ଆଶଙ୍କା ଦେଖାଦେଇଛି। ତେବେ ହୀରାକୁଦ ବନ୍ୟା ଜଳ ଛାଡିବା ପରେ ମହାନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଆଜି ମୁଣ୍ଡଳୀରେ ବର୍ଷର ପ୍ରଥମ ବନ୍ୟା ଜଳ ପହଞ୍ଚିଛି। ସକାଳ ୮ଟା ସୁଦ୍ଧା ୮୭ ହଜାର ୭୦୦ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି। ସେପଟେ ମହାନଦୀରେ ଜଳସ୍ତର ବଢିବା ଯୋଗୁଁ ବାଙ୍କୀରେ ବନ୍ୟା ଆଶଙ୍କା ଦେଖାଦେଇଛି। ବାଙ୍କୀ ଏବଂ ତିଗିରିଆ ଅଞ୍ଚଳର ଗ୍ରାମବାସୀମାନେ ଭୟଭୀତ ଅବସ୍ଥାରେ ରହିଛନ୍ତି।  ଆଜି ରାତି ସୁଦ୍ଧା ୫ଲକ୍ଷ କ୍ୟୁସେକ ପାଣି ମୁଣ୍ଡଳୀ ଅତିକ୍ରମ କରିବ ବୋଲି ଆକଳନ କରାଯାଇଛି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories