www.samajalive.in
Monday, December 15, 2025
24.1 C
Bhubaneswar

ଜାମିନ ମଂଜୁର ହେବା ପରେ ଜେଲରୁ ବାହାରିଲେ ଜଗନ୍ନାଥ ପ୍ରଧାନ

ଡେସ୍କ: ରାଜଧାନୀ ଭୁବନେଶ୍ୱରରେ ବିଏମସି କାର୍ଯ୍ୟାଳୟରେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ମରଣାନ୍ତକ ଆକ୍ରମଣ ଘଟଣାର ମାଷ୍ଟରମାଇଣ୍ଡ କୁହାଯାଉଥିବା ପରାଜିତ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ଓରଫ ଜଗା ପ୍ରଧାନକୁ ଆଜି କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ତେବେ ଏହା ନିୟମିତ ଜାମିନ କି ନୁହେଁ ଓ ଏଥିପାଇଁ କେଉଁ ସର୍ତ୍ତ ରହିଛି, ତାହା ଜଣା ପଡ଼ିନାହିଁ। ବୁଧବାର ସନ୍ଧ୍ୟାରେ ଝାରପଡା ଜେଲରୁ ମୁକ୍ତ ହେବା ପରେ ଶୁଭେଛୁ ଓ ସମର୍ଥକମାନେ ତାଙ୍କୁ ସ୍ୱାଗତ କରିଥିଲେ।

ସୂଚନା ଅନୁଯାୟୀ, ଗତ ଜୁଲାଇ ୩ ତାରିଖ ରାତିରେ ଜଗା ପ୍ରଧାନ ଭୁବନେଶ୍ଵର ଡିସିପି ଅଫିସରେ ପହଞ୍ଚି ଆତ୍ମସମର୍ପଣ କରିବା ପରେ ପୁଲିସ ତାଙ୍କୁ ଗିରଫ କରିଥିଲା। ଗିରଫ ପରେ ଜଗାଙ୍କୁ ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଥିଲା।

- Advertisement -

ପୂର୍ବରୁ ଏହି ଘଟଣାରେ ୫ ଜଣ ଗିରଫ ହୋଇଥିଲେ। ସେମାନଙ୍କ ମଧ୍ୟରେ ବିଜେପି କର୍ପୋରେଟର ଜୀବନ ରାଉତ, ରଶ୍ମି ମହାପାତ୍ର ଏବଂ ଦେବାଶିଷ ପ୍ରଧାନ ପ୍ରମୁଖ ରହିଥିଲେ। ପୁଲିସ ଏହି ଘଟଣାରେ ମୋଟ ୬ ଜଣଙ୍କୁ ଗିରଫ କରିଥିଲା। ଜାମିନ ନ ମିଳିବାରୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲା। ଗିରଫ ହେବା ପରେ ଜଗାଙ୍କୁ ପୁଲିସ ଏସଡିଜେଏମଙ୍କ ବାସଭବନରେ ହାଜର କରାଇଥିଲା। ପୁଲିସ ଯେଉଁ ଦଫା ଲଗାଇଛି ତାହା ଆଧାରରେ ଏସଡିଜେଏମ କୋର୍ଟଙ୍କ ପକ୍ଷରୁ ଜାମିନ ଦେବା କ୍ଷମତା ପରିସର ବାହାରେ ଥିବାରୁ କୋର୍ଟ ତାଙ୍କ ଜାମିନ ନାମଞ୍ଜୁର କରିଦେଇଥିଲେ। ଫଳରେ ତାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲା।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories