www.samajalive.in
Monday, December 8, 2025
27.1 C
Bhubaneswar

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି: ପ୍ରସ୍ତୁତି ଜୋର୍‌ଦାର୍‌

ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୧୪ ଓ ୧୫ତାରିଖ ଦୁଇଦିନ ପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ପରିପ୍ରେକ୍ଷୀରେ ବୁଧବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ବୈଠକ ସୂଚନା ଅନୁସାରେ ଜୁଲାଇ ୧୪ ସନ୍ଧ୍ୟାରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଭୁବନେଶ୍ୱର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ର ୫ମ ସମାବର୍ତ୍ତନ ସମାରୋହରେ ଯୋଗଦେବେ। ଜୁଲାଇ ୧୫ ପୂର୍ବାହ୍ଣରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି  । ପରେ ସେ କଟକ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟ ଉନ୍ନତିକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ୧୫ ଅପରାହ୍ଣରେ ରାଷ୍ଟ୍ରପତି କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ଭବନରେ ଆଦିକବି ସାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ସାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ସାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ସହ ‘କଳିଙ୍ଗ ରତ୍ନ ପୁରସ୍କାର’ ପ୍ରଦାନ କରିବେ। ରାଷ୍ଟ୍ରପତି ୧୪ ତାରିଖ ଅପରାହ୍ଣରେ ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚବେ।
ଦୁଇଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇ ଜୁଲାଇ ୧୫ ସନ୍ଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ। ରାଷ୍ଟ୍ରପତିଙ୍କୁ ବିମାନ ବନ୍ଦର ନିକଟରୁ ପାଛୋଟି ଆଣିବା ଓ ପ୍ରତ୍ୟାବର୍ତ୍ତନ ସମୟରେ ମେଲାଣି ଦେବା ସହ ରାଜଭବନରେ ତାଙ୍କର ସାମୟିକ ରହଣି ବ୍ୟବସ୍ଥା, ସୁରକ୍ଷା, ଉତ୍ସବ ସ୍ଥଳରେ ଅଗ୍ନିଶମ ସେବା ବ୍ୟବସ୍ଥା, ସଡ଼କ ପଥରେ ଯାତ୍ରା ସମୟରେ କାର୍‌କେଡ୍‌ ପ୍ଲାନ, ଜରୁରୀକାଳୀନ ଡାକ୍ତରୀ ଓ ସ୍ୱାସ୍ଥ୍ୟ ବ୍ୟବସ୍ଥା, କାର୍ଯ୍ୟକ୍ରମ ସ୍ଥଳକୁ ଯିବା ରାସ୍ତାର ଆବଶ୍ୟକ ମରାମତି ଓ ରକ୍ଷଣାବେକ୍ଷଣ, ରାସ୍ତାର ପରିଷ୍କାର ପରିଚ୍ଛନ୍ନତା, ଉତ୍ସବ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ସହ ଯଥେଷ୍ଟ ସଂଖ୍ୟକ ଅତିରିକ୍ତ ଜେନେରେଟର ବ୍ୟବସ୍ଥା କରିବା ପାଇଁ ନିର୍ଦେଶ ଦିଆଯାଇଛି।
ବୈଠକରେ ଉନ୍ନୟନ ଆୟୁକ୍ତ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୁଲିସ ମହାନିର୍ଦେଶକ ୱାଇ. ବି. ଖୁରାନିଆ, କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ସମେତ ବିଭିନ୍ନ ବିଭାଗର ସଚିବ, କଟକ ଓ ଖୋର୍ଦ୍ଧା ଜିଲାପାଳ ଉପସ୍ଥିତ ଥିଲେ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories