www.samajalive.in
Friday, December 5, 2025
26.1 C
Bhubaneswar

ଶନିବାରଠୁ ରାଜ୍ୟରେ ଗଡିବ ସବୁ ଘରୋଇ ବସ୍

ଭୁବନେଶ୍ବର : ଆସନ୍ତାକାଲିଠୁ ରାଜ୍ୟରେ ଗଡିବ ସବୁ ଘରୋଇ ବସ୍ । ଏନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ସୂଚନା ଦିଆଯାଇଛି । ଧର୍ମଘଟ ଯୋଗୁଁ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି, ତେଣୁ ସେମାନଙ୍କୁ ନଜରରେ ରଖି ଆସନ୍ତାକାଲିଠୁ ଘରୋଇ ବସ୍ ଚଳାଚଳ ଆରମ୍ଭ କରିବାକୁ ଘରୋଇ ବସ୍ ମାଲିକ ସଂଘ ନିଷ୍ପତ୍ତି ନେଇଛି । ଏନେଇ ରାଜ୍ୟ ବସ୍ ମାଲିକ ସଂଘ ପକ୍ଷରୁ ସୂଚନା ଦିଆଯାଇଛି । ଏହା ସହ ରାଜ୍ୟ ବସ୍ ମାଲିକ ସଂଘ ପକ୍ଷରୁ ରାଜ୍ୟ ସରକାର ସୁରକ୍ଷା ଯୋଗାଇବା ଦାବି ମଧ୍ୟ କରାଯାଇଛି । କୌଣସି ଅପ୍ରୀତିକର ପରିସ୍ଥିତି ଉପୁଜିଲେ ପୁଲିସ ଓ ପ୍ରଶାସନର ସହାୟତା ନିଆଯିବ ବୋଲି ମଧ୍ୟ ରାଜ୍ୟ ବସ୍ ମାଲିକ ସଂଘ ସଭାପତି ଲୋକନାଥ ପାଣି ଓ ସମ୍ପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି। କହିରଖୁଛୁ ଡ୍ରାଇଭର ମହାସଂଘର ଆନ୍ଦୋଳନ ଯୋଗୁଁ ଚାରିଦିନ ଧରି ବସ୍ ଚଳାଚଳ ବନ୍ଦ ରହିଥିବାରୁ ଯାତ୍ରୀମାନେ ହଇରାଣ ହେବା ସହ ବସ୍ ମାଲିକମାନେ ମଧ୍ୟ କ୍ଷତି ସହୁଛନ୍ତି । ତେଣୁ ପୁଣି ବସ୍ ଚଳାଚଳ କରିବା ନେଇ ବସ୍ ମାଲିକ ସଂଘ ନିଷ୍ପତ୍ତି ନେଇଛି ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories