www.samajalive.in
Sunday, December 14, 2025
26.1 C
Bhubaneswar

ରାସ୍ତାରେ ଓଲଟିଲା ଘରୋଇ ବସ, ୧୫ରୁ ଅଧିକ ଯାତ୍ରୀ ଆହତ

ଜଳେଶ୍ଵର: ଟ୍ରକ୍ ଧକ୍କାରେ ଓଲଟି ପଡିଲା ବସ୍ , ୧୫ରୁ ଅଧିକ ଯାତ୍ରୀ ଆହତ। ଏଭଳି ଘଟଣା ଦେଖିବାକୁ ମିଳିଚି ବାଲେଶ୍ଵର ଜିଲ୍ଲା ଜଳେଶ୍ଵରରେ । ମିଳିଥିବା ସୂଚନା ଅନୁଯାୟୀ ଗୀତାଞ୍ଜଳି ନାମକ ଏକ ଘରୋଇ ବସ୍ ଆଜି ଜଳେଶ୍ଵରରୁ ବାରିପଦା ଅଭିମୁଖେ ଯାଉଥିଲା। ଏତିକି ବେଳେ ଚାଲନ୍ତି ଛକ ନିକଟରେ ଏକ ଟ୍ରକ୍ ସହ ଧକ୍କା ହୋଇଥିଲା। ଭାରସାମ୍ୟ ହରାଇ ବସ୍‌ଟି ଓଲଟି ପଡିଥିଲା। ଦୁର୍ଘଟଣାରେ ୧୫ରୁ ଅଧିକ ଲୋକ ଆହତ ହୋଇଥିବାବେଳେ ତୁରନ୍ତ ସମସ୍ତଙ୍କୁ ଉଦ୍ଧାର କରାଯାଇ ଜଳେଶ୍ଵର ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

Related Articles

Popular Categories