www.samajalive.in
Sunday, December 14, 2025
15.1 C
Bhubaneswar

ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଦୁଇଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦାନ କରି ଜୁଲାଇ ୧୫ ସନ୍ଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ। ଆଜି ଅପରାହ୍ଣ ସାଢ଼େ ୪ଟାରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବାୟୁସେନା ବିମାନ ଯୋଗେ ଆସି ସନ୍ଧ୍ୟା ୫ଟା ୧୦ମିନିଟରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବେ। ବିମାନ ବନ୍ଦରରୁ ସିଧା ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ , ଭୁବନେଶ୍ୱର ୫ମ ସମାବର୍ତ୍ତନ ସମାରୋହରେ ଯୋଗଦେବେ। ଏମ୍ସ ସମାବର୍ତ୍ତନ ଉତ୍ସବରେ ଅନ୍ୟ ଅତିଥି ଭାବେ ରାଜ୍ୟପାଳ ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରମୁଖ ଉପସ୍ଥିତ ରହିବେ। ସେଠାରୁ କାର୍ଯ୍ୟକ୍ରମ ସାରି ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ରାଜଭବନ ଯାଇ ରାତ୍ରିଯାପନ କରିବେ। ଜୁଲାଇ ୧୫ ପୂର୍ବାହ୍ଣ ୧୦ଟାରେ ରାଷ୍ଟ୍ରପତି ରାଜଭବନରୁ କଟକ ଅଭିମୁଖେ ବାହାରିବେ। ପୂର୍ବାହ୍ଣ ୧୧ଟାରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ମଧ୍ୟାହ୍ନ ୧୨ଟା ୨୦ମିନିଟରେ ସେ କଟକ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟ ଉନ୍ନତିକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଅପରାହ୍ଣ ୪ଟାରେ ରାଷ୍ଟ୍ରପତି କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ଭବନ ଯାଇ ସାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ସାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟଅତିଥି ଭାବେ ଯୋଗଦାନ କରିବା ସହ ‘କଳିଙ୍ଗ ରତ୍ନ ପୁରସ୍କାର-୨୦୨୪’ ପ୍ରଦାନ କରିବେ। ସେଠାରୁ ବାହାରି ସନ୍ଧ୍ୟା ୬ଟାରେ ରାଷ୍ଟ୍ରପତି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚି ନୂଆଦିଲ୍ଲୀ ଫେରିଯିବେ। ରାଷ୍ଟ୍ରପତିଙ୍କୁ ବିମାନ ବନ୍ଦର ନିକଟରୁ ସ୍ବାଗତ କରି ପାଛୋଟି ଆଣିବା ଓ ପ୍ରତ୍ୟାବର୍ତ୍ତନ ସମୟରେ ମେଲାଣି ଦେବା ସହ ରାଜଭବନରେ ତାଙ୍କର ରହଣି ସମେତ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories