www.samajalive.in
Saturday, December 6, 2025
23.1 C
Bhubaneswar

ଶୁକ୍ରବାର ରାଶିଫଳ

ମେଷ: ନିଜର ଦାବି ଉପସ୍ଥାପନ କରିପାରନ୍ତି। ଶତ୍ରୁ ଉପରେ କଡ଼ା ନଜର ରଖିବାକୁ ପଡ଼ିବ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ଚକ୍ଷୁପୀଡ଼ା ଅନୁଭବ କରିପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଶତ୍ରୁ ଦମନ କରି ଆଶ୍ବସ୍ତ ହେବେ।

ବୃଷ: ଆପଣଙ୍କ ପିଲାମାନେ ଆପଣଙ୍କୁ ସାହାଯ୍ୟ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୁଯୋଗ ସୃଷ୍ଟି ହୋଇଛି। ଲଟେରି ଉଠାଣ ଆପଣଙ୍କ ସପକ୍ଷରେ ଯିବ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।

- Advertisement -

ମିଥୁନ: କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। କାର୍ଯ୍ୟ ହାସଲ କରିବାରେ ସିଦ୍ଧହସ୍ତ ହେବେ। ଉଦାର ସ୍ବଭାବ ଓ ଦାନଶୀଳ ହେବେ। ଉତ୍ତମ ବ୍ୟକ୍ତିଭାବେ ସାମାଜିକ କ୍ଷେତ୍ରରେ ପରିଗଣିତ ହେବେ। ସ୍ବାସ୍ଥ୍ୟ ଭଲ ରହିବ। କୃଷିରୁ ଲାଭ ମିଳିବ। ବୁଦ୍ଧିମାନ୍‌ ହେବେ।

କର୍କଟ: ପଡ଼ୋଶୀଙ୍କ ପାଇଁ ଚିନ୍ତିତ ହୋଇପାରନ୍ତି। ସେବା କ୍ଷେତ୍ରରେ ନିଜକୁ ନି​‌େ​‌ୟାଜିତ କରିପାରନ୍ତି। ସେବା କ୍ଷେତ୍ରରେ ନିଜକୁ ନି​‌େ​‌ୟାଜିତ କରିପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ବଭାବର ହେବେ। ମଧୁରଭାଷୀ ହେବେ। ଥଣ୍ଡା କଫରେ ପୀଡ଼ିତ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ।

ସିଂହ: ଦ୍ବନ୍ଦ୍ବରେ ପଡ଼ିଲେ ବି କାର୍ଯ୍ୟ କରି ଚାଲିବେ। ପରମ ଭାଗ୍ୟଶାଳୀ ହୋଇପାରନ୍ତି। ଉତ୍ତମ ବ୍ୟକ୍ତି ବିଶେଷ ଭାବେ ପରିଗଣିତ ହେବେ। ପରଦେଶବାସୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ମିଳିପାରେ।

କନ୍ୟା: ଶୁଭ ଖବର ପାଇ ଆନନ୍ଦ ଅନୁଭବ କରିବେ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ଓ ନିରାମୟ ହେବେ। ଯୁଦ୍ଧ କିମ୍ବା ମାଲିମୋକଦ୍ଦମାରେ ଜିଣି ଅର୍ଥ ପ୍ରାପ୍ତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ଉନ୍ନତ ହେବ।

ତୁଳା: ମନ ଦୁର୍ବଳ ରହିବ। ବ୍ୟୟ ଅଧିକ ହୋଇପାରେ। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ଚଞ୍ଚଳ ସ୍ବଭାବର ହେବେ। ଏକାନ୍ତ ପ୍ରିୟ,, ନେତ୍ର ରୋଗୀ ଓ ମଧୁରଭାଷୀ ହୋଇପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ। ରାଜଯୋଗ ଅଛି। ସାହସୀ ଓ ଜ୍ଞାନୀ ହେବେ।

ବିଛା: ଧନ, ଦ୍ରବ୍ୟ ମିଳିବାର ସୁଯୋଗ ରହିଛି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ଯାନ-ବାହନ ସୁଖ ମିଳିବ। ସରକାରୀ ସ୍ତରରୁ ଧନଲାଭ ହେବ। କରିତ୍‌କର୍ମା ହେବେ।

ଧନୁ: ବନ୍ଧୁବର୍ଗରୁ ସହାୟତା ପାଇବେ। ସୁଖ-ସମ୍ମାନ ମିଳିବ। ପରିବାରର ମୁଖ୍ୟ ଭୂମିକା ଗ୍ରହଣ କରିପାରନ୍ତି। ମନରେ ପ୍ରସନ୍ନତା ଦେଖା ଦେବ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ଶ୍ରଦ୍ଧା ସ୍ନେହ ରହିବ।

ମକର: ଅୟ ବୃଦ୍ଧି ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି। ପରୋପକାର କରି ଆତ୍ମତୃପ୍ତି ଲାଭ କରିପାରନ୍ତି। ଭାଗ୍ୟଶାଳୀ ହେବେ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଦିନଟି ଭୋଗ ବିଳାସରେ ଅତିବାହିତ କରିବେ। ଅର୍ଥ ରାଶି ମିଳିବ।

କୁମ୍ଭ: ମନରେ ଉଦ୍‌ବେଗ ଜାତ ହୋଇପାରେ ସ୍ବାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଥଣ୍ଡା-କଫଜନିତ ପୀଡ଼ା ଅନୁଭବ କରିବେ। ଯଶସ୍ବୀ ହୋଇପାରନ୍ତି। ସାମାଜିକ କ୍ଷେତ୍ରରେ ଶ୍ରେଷ୍ଠ ବ୍ୟକ୍ତିଭାବେ ନିଜର ପରିଚୟ ସୃଷ୍ଟି କରିପାରନ୍ତି।

ମୀନ: ସୁ-ସମ୍ବାଦ ପାଇ ଖୁସି ହୋଇ ପାରନ୍ତି। ମନ ପ୍ରସନ୍ନ ରହିବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ସାମିଲ୍ କରି ପାରନ୍ତି। ଶାନ୍ତି ଧୈର୍ଯ୍ୟବାନ ହେବେ। ନିଜ ପତ୍ନୀଙ୍କ ପରାମର୍ଶ ଅନୁସାରେ ଚଳିବେ। ବନ୍ଧୁ ସହାୟତା ପାଇ ଖୁସି ହେବେ।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories