www.samajalive.in
Saturday, December 6, 2025
26.1 C
Bhubaneswar

୨୪ ଘଣ୍ଟାରେ ଯୋଡ଼ା ଲଘୁଚାପ

ଭୁବନେଶ୍ବର: ଉତ୍ତର ମଧ୍ୟପ୍ରଦେଶର ମଧ୍ୟଭାଗ ଏବଂ ତା’ର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଓ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଦୁଇଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଯୋଡ଼ା ଲଘୁଚାପ କ୍ଷେତ୍ର ସୃଷ୍ଟି କରିବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହାର ପ୍ରଭାବରେ ୧୯ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା ହୋଇପାରେ। ମଝିରେ ମଝିରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ୩୦ରୁ ୪୦ କିମି ପବନ ବହିବା ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ର ପକ୍ଷରୁ ଏସବୁ ଜିଲା ଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଅନୁଗୋଳ, ଢେଙ୍କାନାଳ, କଟକ, ନୟାଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ଦେବଗଡ଼, ବଲାଙ୍ଗିର, କନ୍ଧମାଳ ଏବଂ
କଳାହାଣ୍ଡି ଜିଲାକୁ ପ୍ରବଳ ବର୍ଷା, ବଜ୍ରପାତ ଏବଂ ଘଣ୍ଟା ପ୍ରତି ୩୦ରୁ ୪୦କି.ମି ପବନ ବହିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି।

ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଯୋଗୁଁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସମ୍ବଲପୁର, ଯାଜପୁର ଓ ଭଦ୍ରକ ଜିଲାରେ ଜଣେ ଲେଖାଏଁ ବ୍ୟକ୍ତିଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ସମ୍ବଲପୁର ଜିଲାର କୁଚିଣ୍ଡା ଅଞ୍ଚଳରେ ଜଣେ ବ୍ୟକ୍ତି ବର୍ଷା ସମୟରେ ଗଛତଳେ ଆଶ୍ରୟ ନେଉଥିବାବେଳେ ବଜ୍ରପାତରେ ତାଙ୍କର ମୃତ୍ୟୁ ହୋଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ବଳଭଦ୍ରପୁର ଗାଁରେ ଜଣେ ବ୍ୟକ୍ତି ବିଲରେ କାମ କରୁଥିବା ସମୟରେ ବଜ୍ରପାତରେ ପ୍ରାଣ ହରାଇଛନ୍ତି। ଭଦ୍ରକ ଜିଲାର କୋଡ଼ବରୁଆଁ ଅଞ୍ଚଳରେ ଜଣେ ଯୁବତୀ ବଗିଚାକୁ ଯାଉଥିବାବେଳେ ବଜ୍ରପାତ ଯୋଗୁଁ ମୃତ୍ୟୁ ହୋଇଛି। ଆଜି ସକାଳ ସାଢ଼େ ୮ଟାରୁ ସନ୍ଧ୍ୟା ସାଢ଼େ ୫ଟା ମଧ୍ୟରେ ଭୁବନେଶ୍ବର ଓ କଟକ ସମେତ ପାରାଦ୍ବୀପରେ ୪୧.୩ ମି.ମି. ବର୍ଷା ହୋଇଥିବା ବେଳେ ସୁବର୍ଣ୍ଣପୁର ୨୪.୪ ମି.ମି. ଟିଟିଲାଗଡ଼ ଓ ବାଲେଶ୍ବରରେ ୧୫.୩ ମି.ମି. ବର୍ଷା ହୋଇଛି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories