www.samajalive.in
Saturday, December 6, 2025
17.1 C
Bhubaneswar

ବିଫଳ ବ୍ୟବସ୍ଥା ପାଇଁ ଗଲା ଛାତ୍ରୀଙ୍କ ଜୀବନ- ନବୀନ ପଟ୍ଟନାୟକ

ଭୁବନେଶ୍ୱର: ବାଲେଶ୍ୱର ଏଫ୍‍ଏମ୍‍ କଲେଜ ପୀଡିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ଦୁଃଖିତ ଓ ମର୍ମାହତ ଥିବା କହିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏପରି ସମୟକୁ ସାମ୍ନା କରିବା ପାଇଁ ମହାପ୍ରଭୁ ପରିବାର ଲୋକଙ୍କୁ ଅସୀମ ଧୈର୍ଯ୍ୟ ଦିଅନ୍ତୁ ବୋଲି ନବୀନ ଟୁଇଟ କରି କହିଛନ୍ତି ।

ନବୀନ ଲେଖିଛନ୍ତି ମନକୁ ଏହା ଅଧିକ ବିଚଳିତ କରୁଛି, କିପରି ଗୋଟେ ବିଫଳ ବ୍ୟବସ୍ଥା ଜଣଙ୍କ ଜୀବନ ନେଇଯାଇପାରେ। ସବୁଠୁ କଷ୍ଟଦାୟକ ହେଉଛି, ଏହା କୌଣସି ଦୁର୍ଘଟଣା ନୁହେଁ, ବରଂ ଏପରି ଏକ ବ୍ୟବସ୍ଥାର ଫଳ; ଯାହା ସାହାଯ୍ୟ କରିବା ବଦଳରେ ଚୁପ୍ ରହିଲା। ନ୍ୟାୟ ପାଇବାକୁ ସଂଗ୍ରାମ କରି କରି ଶେଷରେ ଝିଅଟି ଆଖି ବୁଜିଦେଲା। ସେ ଅତି ସାହସିକତାର ସହ ତା’ ସହିତ ଘଟିଥିବା ଯୌନ ନିର୍ଯାତନା ବିଷୟରେ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଅବଗତ କରିଥିଲେ । କଲେଜ ପଦାଧିକାରୀଙ୍କ ଦ୍ଵାରା ଅଣଦେଖା ହେବା ପରେ ସେ ଅଟକି ଯାଇ ନଥିଲେ। ନ୍ୟାୟ ପାଇବାକୁ ସେ ଉଚ୍ଚଶିକ୍ଷା ମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ ଜଣେ କେନ୍ଦ୍ରମନ୍ତ୍ରୀଙ୍କୁ ଜଣାଇଥିଲା। ଏପରି କି ବାଲେଶ୍ୱର ସାଂସଦଙ୍କୁ ମଧ୍ୟ ବ୍ୟକ୍ତିଗତ ଭାବେ ଭେଟି ନିଜ ଦୁଃଖ ବିଷୟରେ କହିଥିଲା। ଜଣେ କେହି ବି ଯଦି ଉତ୍ତରଦାୟିତ୍ୱ ନେଇ ବ୍ୟକ୍ତିଗତ ଭାବେ ଏଥିରେ ହସ୍ତକ୍ଷେପ କରିଥାନ୍ତେ, ତେବେ ହୁଏତ ଝିଅଟିର ଜୀବନ ବଞ୍ଚିଯାଇଥାନ୍ତା। ସେ କେବଳ ଶାରୀରିକ ଆଘାତ ପାଇ ପ୍ରାଣ ହରାଇ ନାହିଁ, ବରଂ ରାଜ୍ୟ ସରକାରଙ୍କ ଅଣଦେଖା ପାଇଁ; ଯାହା ତାଙ୍କୁ ନିଜ ସଂଗ୍ରାମରେ ଏକାକି ଛାଡ଼ି ଦେଇଥିଲା। ପୁରା ଘଟଣାକ୍ରମରୁ ଜଣାପଡ଼ୁଛି, ଏହା ଆନୁଷ୍ଠାନିକ ବିଶ୍ୱାସଘାତକତାରୁ କିଛି କମ୍ ନୁହେଁ; ଯାହା ଏକ ଯୋଜନାବଦ୍ଧ ଅନ୍ୟାୟ। ମୁଁ ପୁଣିଥରେ ମାନ୍ୟବର ରାଜ୍ୟପାଳଙ୍କୁ ଅନୁରୋଧ କରୁଛି, ସେ ଏହା ସୁନିଶ୍ଚିତ କରୁନ୍ତୁ ଯେ, ନା କେବଳ କଲେଜ କର୍ତ୍ତୃପକ୍ଷ ବରଂ କ୍ଷମତାରେ ଥିବା ବ୍ୟକ୍ତିମାନେ ମଧ୍ୟ ଉତ୍ତରଦାୟୀ ହୁଅନ୍ତୁ; ଯେଉଁମାନେ ପୀଡ଼ିତାଙ୍କ ଆକୁଳ ଗୁହାରି ପରେ ବି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ନାହିଁ। ପୀଡ଼ିତାଙ୍କ ଅମର ଆତ୍ମାର ସଦଗତି ହେଉ।

- Advertisement -

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories