www.samajalive.in
Friday, December 5, 2025
27.1 C
Bhubaneswar

ଚାକିରି ପାଇଁ ନୁହେଁ, ଚାକିରି ଦେବାକୁ ଉଦ୍ୟମ କରନ୍ତୁ : ରାଷ୍ଟ୍ରପତି

କଟକ: ଓଡିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦୁଇ ଦିନିଆ ଓଡିଶା ଗସ୍ତର ଆଜି ହେଉଛି ଦ୍ଵିତୀୟ ଦିନ।  ଆଜି  ରାଷ୍ଟ୍ରପତି କଟକ ରେଭେନ୍ସା ବିଶ୍ବବିଦ୍ୟାଳୟର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଅତିଥିଭାବେ ଯୋଗ ଦେଇ ନିଜ ସମ୍ବୋଧନରେ ରଖିଛନ୍ତି। ରେଭେନ୍ସା ଅନୁଭୂତି ନେଇ ନିଜ ମତ ରଖିଛନ୍ତି। ଏବଂ କହିଛନ୍ତି ମୋ ଝିଅ ଏଠାରେ ଦୁଇ ବର୍ଷ ପାଠ ପଢିବା ସମୟରେ ମୁଁ ହଷ୍ଟେଲକୁ ଆସିଥିଲି। ଏହା କେବଳ ଇଟା ସିମେଣ୍ଠରେ ଗଢା ନୁହେଁ , ଏହା ଏକ ଶାଳ ଗ୍ରାମ।ଏହି ଅନୁଷ୍ଠାନ ଭାରତ ଇତିହାସ ସହ ଯୋଡି ହୋଇରହିଛି। ଗତ ଦୁଇ ବର୍ଷ ହେଲା ଝିଅମାନେ ଏଠାରେ ସଫଳତାର ଆଗରେ। ପୁଅ ମାନଙ୍କଠାରୁ ଝିଅ ମାନଙ୍କୁ ଅଧିକ ସଫଳତା ପରିବର୍ତ୍ତନ ର ପ୍ରମାଣ। ଚାକିରି କରିବା ପାଇଁ ନୁହେଁ , ଚାକିରି ଦେବାକୁ ଉଦ୍ୟମ କରନ୍ତୁ। ମଧୁବାବୁଙ୍କ ଦ୍ଵାରା ନିର୍ମିତ ଜୋତା କାରଖାନାର ମଧ୍ୟ ଉଦାହରଣ ରଖିଛନ୍ତି। ରେଭେନ୍ସା ଏକ ପୁରୁଣା ଅନୁଷ୍ଠାନ ମାତ୍ର ପୁରୁଣା କାଳିଆ ନୁହେଁ। ଯେଉଁ କର୍ମକ୍ଷେତ୍ରରେ ଥିଲେ ବି ଅନୁଷ୍ଠାନକୁ ଭୁଲି ପାରିବା ନାହିଁ। ଅନ୍ୟପଟେ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟର ତିନୋଟି ଅଟ୍ଟାଳିକାର ପୁନର୍ବିକାଶ ଲାଗି ଶିଳାନ୍ୟାସ କରିଛନ୍ତି ରାଷ୍ଟ୍ରପତି।  ଆଦିକବି ସାରଳା ଦାସଙ୍କ ଜନ୍ମବାର୍ଷିକୀ ସମାରୋହରେ ଯୋଗଦେବା ସହିତ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ ପ୍ରଦାନ ମଧ୍ୟ କାର୍ଯ୍ୟକ୍ରମ ରହିଛି। ଏହିସବୁ କାର୍ଯ୍ୟକ୍ରମ ପରେ ସେ ପୁଣି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।  ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories