www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ବିଜେଡିର ବାଲେଶ୍ୱର ଜିଲା ବନ୍ଦ ଡାକରା

ସମାଜ ଡିଜିଟାଲ ଡେସ୍କ: ଆଜି ବାଲେଶ୍ୱର ଜିଲା ବନ୍ଦ ଡାକରା ଦେଇଛି ବିଜେଡି । ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯିବ । ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ପୀଡିତା ଛାତ୍ରୀଙ୍କୁ ନ୍ୟାୟ ଦାବିରେ ବନ୍ଦ ଡାକରା ଦେଇଛି ବିଜେଡି । ବୁଧବାର ଦିନ ଆଠ ଘଣ୍ଟିଆ ବାଲେଶ୍ୱର ବନ୍ଦ ପାଳନ କରାଯାଉଥିବାରୁ ଦୋକାନ ବଜାର, ସରକାରୀ ଅଫିସ୍‍, ବେସରକାରୀ ଅନୁଷ୍ଠାନ ସବୁ ବନ୍ଦ ରହିଛି । କେବଳ ଅତ୍ୟାବଶ୍ୟକ ସେବା ବ୍ୟତୀତ ଅନ୍ୟ ସମସ୍ତ କ୍ଷେତ୍ର ବନ୍ଦ ରହିବ ବୋଲି ଦଳ ପକ୍ଷରୁ କୁହାଯାଇଛି । ସାମ୍ପ୍ରତିକ ଶାସନ ବ୍ୟବସ୍ଥା ଯୋଗୁଁ ଜଣେ ଛାତ୍ରୀଙ୍କ ଅମୂଲ୍ୟ ଜୀବନ ଚାଲିଯାଇଥିବା ଦଳ ପକ୍ଷରୁ ଅଭିଯୋଗ ହୋଇଛି । ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ନ୍ୟାୟ ପ୍ରଦାନ ସାଙ୍ଗକୁ ଭବିଷ୍ୟତରେ ଯେଭଳି ଏମିତି ଅଘଟଣ ନଘଟେ, ସେନେଇ ସରକାର ଉଚିତ ପଦକ୍ଷେପ ନେବା ଦାବିରେ ଏହି ୮ଘଣ୍ଟିଆ ବାଲେଶ୍ୱର ବନ୍ଦ କରାଯିବ ବୋଲି ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା ସୂଚନା ଦେଇଛନ୍ତି ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories