www.samajalive.in
Saturday, December 6, 2025
26.1 C
Bhubaneswar

ଉତ୍ତରରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ମଙ୍ଗଳବାର ଉପକୂଳବର୍ତ୍ତୀ ଓଡ଼ିଶାରେ ମଧ୍ୟ ବର୍ଷା ଲାଗି ରହିଥିଲା। ଆଗକୁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ବରଗଡ ଜିଲାର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଆଉ କିଛି ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଉତ୍ତର ଝାଡଖଣ୍ଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ବିହାର ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଝାଡଖଣ୍ଡ ଏବଂ ତତ୍‌ସଂଲଗ୍ନ ଦକ୍ଷିଣ ବିହାର ଓ ପୂର୍ବ ଉତ୍ତରପ୍ରଦେଶ ଅଭିମୁଖେ ମୁହାଁଉଛି । ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ସହିତ ଉପକୂଳ ଓଡ଼ିଶାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।
ପାଣିପାଗ କେନ୍ଦ୍ର ତଥ୍ୟାନୁଯାୟୀ, ଗତ ୨୪ଘଣ୍ଟା ମଧ୍ୟରେ କେନ୍ଦୁଝରର ତେଲକୋଇରେ ସବୁଠୁ ଅଧିକ ୧୨୪.୬ ମି.ମି. ବର୍ଷା ହୋଇଥିବା ବେଳେ ସୁନ୍ଦରଗଡର ରାଜଗାଙ୍ଗପୁରରେ ୧୦୮.୪ ଓ ବରଗାଁରେ ୧୦୧.୮, ଦେବଗଡର ରିଆମାଳରେ ୧୦୩.୬ ମି.ମି. ବର୍ଷା ହୋଇଛି। ଏଥିସହିତ ସମ୍ବଲପୁର, ଅନୁଗୋଳ ଏବଂ ମୟୂରଭଞ୍ଜ ଜିଲାର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଲାଗି ରହିଥିଲା। ମଙ୍ଗଳବାର ଅପରାହ୍ଣରେ ଭୁବନେଶ୍ବର ସହିତ ଉପକୂଳ, ଦକ୍ଷିଣ, ଉତ୍ତର ଓ ପଶ୍ଚିମ ଓଡ଼ିଶାର ଅନେକ ଅଞ୍ଚଳରେ ବର୍ଷା ହୋଇଛି। ଭୁବନେଶ୍ବରରେ ବିଜୁଳି ଘଡଘଡି ସହ ବର୍ଷା ହୋଇଥିବା ଜଣାପଡିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ବରଗଡ, ଦେବଗଡ, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାକୁ ବଜ୍ରପାତ ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

Related Articles

Popular Categories