www.samajalive.in
Monday, December 15, 2025
16.1 C
Bhubaneswar

ଆଜି ଓଡ଼ିଶା ବନ୍ଦ; ନ୍ୟାୟ ଦିଅ, ବନ୍ଦ ପ୍ରତ୍ୟାହାର ହେବ

ସମାଜ ଡିଜିଟାଲ ଡେସ୍କ: ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଓ ମୃତ୍ୟୁ ଘଟଣାରେ ସବୁଠି ଉଠିଛି ନ୍ୟାୟ ପ୍ରଦାନର ସ୍ୱର । ରାଜ୍ୟରେ ବିରୋଧୀ ଦଳ ଗୁଡିକ ସରକାରଙ୍କୁ ଏନେଇ ଘେରିଥିବା ବେଳେ ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ପୀଡିତାଙ୍କୁ ନ୍ୟାୟ ଦାବିରେ ୧୨ଘଣ୍ଟାଆ ଅଖ, ଚକ ବନ୍ଦ କରିଛି କଂଗ୍ରେସ । ଏଥିରେ ୮ଟି ରାଜନୈତିକ ଦଳ ମଧ୍ୟ ସାମିଲ ହୋଇଛନ୍ତି । ଓଡ଼ିଶା ବନ୍ଦ ଡାକରାରେ ସକାଳୁ ସକାଳୁ ରାଜଧାନୀରେ ଏହାର ପ୍ରଭାବ ଦେଖିବାକୁ ମିଳିଛି । ଦୋକାନ, ବଜାର, ସମସ୍ତ କାର୍ଯ୍ୟାଳୟ, ସ୍କୁଲ, କଲେଜ ସବୁ ବନ୍ଦ ରହିଛି । ରାଜଧାନୀ ସମତେ ସବୁ ସ୍ଥାନରେ ଶାନ୍ତିପୂର୍ଣ୍ଣ ଭାବରେ ବନ୍ଦ ପାଳନ କରିବାକୁ କଂଗ୍ରେସ ଆହ୍ୱାନ ଦେଇଛି ।

ଦୈତନଗରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ବିଧାନସଭା ଅଞ୍ଚଳ, ରେଳଷ୍ଟେସନରେ ପୁଲିସ ମୁତୟନ ହୋଇଥିବା ବେଳେ କଂଗ୍ରେସ କର୍ମୀମାନେ ନାରାବାଜି କରି ରାସ୍ତା ଅବରୋଧ କରିଛନ୍ତି । ମାଷ୍ଟରକ୍ୟାଣ୍ଟିନ୍‍ ଛକରେ ଆନ୍ଦୋଳନକାରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସେପଟେ ପିସିସି ସଭାପତି ଭକ୍ତ ଦାସ କହିଛନ୍ତି ଆଜି ସମଗ୍ର ରାଜ୍ୟରେ ବନ୍ଦ ପାଳନ କରାଯାଉଛି । ଏହା ନ୍ୟାୟର ଲଢେଇ । ନ୍ୟାୟ ଦିଅ, ଆମେ ବନ୍ଦ ପ୍ରତ୍ୟାହାର କରିନେବୁ । ଲୋକେ ସ୍ୱତଃପ୍ରବୃତ ଭାବରେ ବନ୍ଦକୁ ସମର୍ଥନ କରୁଛନ୍ତି ।

Hot this week

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

Related Articles

Popular Categories