www.samajalive.in
Saturday, December 6, 2025
14.1 C
Bhubaneswar

ବ୍ରାହ୍ମଣୀ, ବୈତରଣୀ ଓ କାଣୀରେ ବନ୍ୟା

ପଟ୍ଟାମୁଣ୍ଡାଇ: ଲଘୁଚାପ ଜନିତ ଲଗାଣବର୍ଷା ଓ ରେଙ୍ଗାଲି ପାଣି ଛାଡ଼ିବା ଯୋଗୁଁ ବ୍ରାହ୍ମଣୀ, ବୈତରଣୀ ଓ କାଣୀ ନଦୀରେ ବନ୍ୟା ଆସିଛି। ଫଳରେ ପଟ୍ଟାମୁଣ୍ଡାଇ ବ୍ଲକର ୧୪ ପଞ୍ଚାୟତ ଓ ପୌରାଞ୍ଚଳର ୧୧ଟି ୱାର୍ଡର ପ୍ରାୟ ୫୦ ହଜାରରୁ ଊର୍ଦ୍ଧ୍ବ ଲୋକ ଓ ୧୫ ହଜାର ଗୃହ ପାଳିତ ପଶୁ ଜଳବନ୍ଦୀ ହୋଇଛନ୍ତି। ପଟ୍ଟାମୁଣ୍ଡାଇ ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିଂହଗାଁ ପଞ୍ଚାୟତ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡ଼ିଛି। ସେହିପରି କୃଷ୍ଣଦାସପୁର, ରାଉଳିଆଡିଆ, ଶ୍ରୀରାମପୁର, ଡାମରପୁର, ବାଛରା, ତନୁପୁର ପାଣିସାଉଁଳିଆ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ବହୁ ପଞ୍ଚାୟତର ଚାଷଜମି ଜଳମଗ୍ନ ହୋଇ ରହିଛି।
ଦାଣ୍ଡିସାହି ହାଇସ୍କୁଲ ଓ କଲେଜ ସମ୍ମୁଖ ରାସ୍ତାରେ ବନ୍ୟା ସୁଅ ଛୁଟିଛି। ବିପନ୍ନ ଅଞ୍ଚଳରେ କୁମ୍ଭୀର ଦେଖାଯାଉଥିବା ଖବର ଜଣାପଡ଼ିବା ପରେ ଲୋକମାନଙ୍କ ମଧ୍ୟରେ ଛନକା ପଶିଛି। କୋଳଥିଆ ଓ ଶାସନ ସ୍କୁଲ ବନ୍ୟାଜଳରେ ବୁଡ଼ି ରହିଛି ଓ ସୁବଳପୁର -ଗୋଜିଆକଣ ରାସ୍ତାରେ ବନ୍ୟାଜଳ ସୁଅ ଛୁଟୁଛି।

ରାଜନଗର ବିଧାୟକ ଧ୍ରୁବ ସାହୁ ଓ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା ବନ୍ୟାବିପନ୍ନ ଲୋକମାନଙ୍କୁ ସମସ୍ତ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ରାଜ୍ୟ ସରକାରଙ୍କ ନିକଟରେ ଦାବି କରିବା ସହିତ ବନ୍ୟା ମୁକାବିଲାରେ ଜିଲା ପ୍ରଶାସନ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି। ଧୋୟାଞ୍ଚଳର ହଜାର ହଜାର ଏକର ଚାଷ ଜମି ବନ୍ୟାଜଳରେ ବୁଡ଼ି ରହିଥିବାରୁ ପରିବା ଫସଲ ହାନି ଘଟିଛି। ବିପନ୍ନମାନେ ଜଳବନ୍ଦୀ ହୋଇ ଅତ୍ୟାବଶ୍ୟକ ସାମଗ୍ରୀ ପାଇବାରୁ ବଞ୍ଚିତ ହୋଇଥିବା ବେଳେ ଗୃହପାଳିତ ପଶୁମାନେ ଖାଦ୍ୟ ପାଇଁ ଡହଳବିକଳ ହେଉଛନ୍ତି। ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ବ୍ଲକ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲାଯିବା ସହିତ ଆବଶ୍ୟକ ଡଙ୍ଗା, ଗୋଖାଦ୍ୟ, କିରାସିନ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରଖିବା ଉପରେ ବିଡିଓ ଗୁରୁତ୍ବାରୋପ କରିଛନ୍ତି। ପଞ୍ଚାୟତୱାରି ତଥ୍ୟ ସଂଗ୍ରହ କରି ରିପୋର୍ଟ ଦେବା ସହିତ ସଦର ମହକୁମା ନ ଛାଡ଼ିବା ପାଇଁ ବିଡିଓ ସମସ୍ତ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories