www.samajalive.in
Sunday, December 7, 2025
18.1 C
Bhubaneswar

ଇଗ୍ନୋ ନାମଲେଖା ଜୁଲାଇ ୩୧ ଯାଏ ବୃଦ୍ଧି

ଭୁବନେଶ୍ବର : ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ବବିଦ୍ୟାଳୟରେ ଜୁଲାଇ-୨୦୨୫ ଶିକ୍ଷା ଅଧିବେଶନ ପାଇଁ ନାମଲେଖା ପ୍ରକ୍ରିୟା ଘୋଷଣା କରାଯାଇଛି। ବିଭିନ୍ନ କାରଣରୁ ଅଧାରୁ ପାଠ ଛାଡ଼ିଥିବା କିମ୍ବା ଉଚ୍ଚ ଶିକ୍ଷା ପାଇବାରୁ ବଞ୍ଚିତ ହୋଇଥିବା ଯେକୌଣସି ବୟସର ବ୍ୟକ୍ତି ବିଶେଷଙ୍କ ପାଇଁ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ବବିଦ୍ୟାଳୟର ସମସ୍ତ ବିଭାଗରେ ଅଣ୍ଡର ଗ୍ରାଜୁଏଟ (ସ୍ନାତକ), ପୋଷ୍ଟ ଗ୍ରାଜୁଏଟ (ସ୍ନାତକୋତ୍ତର) ପିଜି, ଡିପ୍ଲୋମା (ସ୍ନାତକୋତ୍ତର ଡିପ୍ଲୋମା) ଏବଂ ସାର୍ଟିଫିକେଟ ପ୍ରୋଗ୍ରାମରେ ନାମଲେଖା ପ୍ରକ୍ରିୟା ଚଳିତ ମାସ ୩୧କୁ ବୃଦ୍ଧି କରାଯାଇଛି। ଅଣ୍ଡର ଗ୍ରାଜୁଏଟ (ସ୍ନାତକ) ପ୍ରୋଗ୍ରାମ, ଯଥା- କଳା (ସାଧାରଣ), ବିଜ୍ଞାନ (ସାଧାରଣ), ବାଣିଜ୍ୟ (ସାଧାରଣ) ବିଭାଗରେ ନାମ ପଞ୍ଜୀକରଣ କରିବାକୁ ଚାହୁଁଥ‌ିବା ଅନୁସୂଚିତ ଜାତି ଓ ଜନଜାତି ଆବେଦକଙ୍କ ପାଇଁ ନାମଲେଖା ଦେୟ ଏବଂ ପୁନଃ ପଞ୍ଜୀକରଣ ଦେୟ ୫୦% ଛାଡ଼ କରାଯାଇଛି। ତେବେ ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ ଅନ୍ୟ କୌଣସି ସୂତ୍ରରୁ ରିଆତିର ସୁବିଧା ପାଉଥ‌ିବେ, ସେମାନେ ଇଗ୍ନୋ ପକ୍ଷରୁ ଦିଆଯାଉଥ‌ିବା ଏହି ରିଆତି ପାଇବାକୁ ଯୋଗ୍ୟ ହେବେ. ନାହିଁ। ଇଚ୍ଛୁକ ଛାତ୍ରଛାତ୍ରୀ ଇଗ୍ନୋର ୱେବସାଇଟ www.ignou.ac.in ଏବଂ ଏହି ଲିଙ୍କ http//ignouadmission.samarth.edu.in ଅନୁସରଣ କରିପାରିବେ। ଆଞ୍ଚଳିକ କେନ୍ଦ୍ର ଭୁବନେଶ୍ବରକୁ ଇ-ମେଲ ମାଧ୍ୟମରେ ଯୋଗାଯୋଗ କରିପାରିବେ ବୋଲି ଇଗ୍ନୋ ତରଫରୁ ବରିଷ୍ଠ ଆଞ୍ଚଳିକ ନିର୍ଦେଶକ ଡ଼. ସୁରେଶ ତ୍ରିପାଠୀ ସୂଚନା ଦେଇଛନ୍ତି।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories