www.samajalive.in
Wednesday, December 10, 2025
16.1 C
Bhubaneswar

ବଟର ମାଛ

ଆବଶ୍ୟକ ସାମଗ୍ରୀ
ମାଛ – ୫ ଖଣ୍ଡ ( କଣ୍ଟା ବାହାର କରାଯାଇଥିବା )
ବଟର – ୧କପ ରୁ କମ
ଶୁଖିଲା ଲଙ୍କା – ୩ଟି
ଦହି – ଅଧା କପ
ପେଷା ଟମାଟୋ – ୧ଟି
ହଳଦୀ ଗୁଣ୍ଡ – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଜିରା ଗୁଣ୍ଡ – ଅଳ୍ପ
ଗରମ ମସଲା – ୧ଚାମଚ
ଅଦା ରସୁଣ ବଟା – ଆବଶ୍ୟକ ପରିମାଣରେ
ଚିନି – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ପାଣି – ଆବଶ୍ୟକ ପରିମାଣରେ
ଧନିଆ ପତ୍ର – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ମାଛକୁ ଭଲ ଭାବେ ଧୋଇ ଦିଅନ୍ତୁ। ଏବେ ଏଥିରେ ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ ଗୋଳାଇ ରଖିଦିଅନ୍ତୁ। ଏବେ ଗ୍ୟାସ ଲଗାଇ କଡ଼େଇରେ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ମାଛକୁ ତେଲରେ ଭଲ ଭାବେ ଭାଜି ଦିଅନ୍ତୁ। ମାଛ ଭାଜି ହୋଇଗଲେ ଏହାକୁ ଏକ ପାତ୍ରକୁ କାଢି ରଖନ୍ତୁ। ଏବେ ଗ୍ୟାସରେ ଆଉ ଏକ କଡ଼େଇ ବସାଇ ଏଥିରେ ବଟର ଗରମ କରନ୍ତୁ। ବଟର ଗରମ ହେବା ପରେ ଶୁଖିଲା ଲଙ୍କା, ଅଦା ରସୁଣ ବଟା ପକାଇ କଷନ୍ତୁ। ମସଲା କଷି ହେବା ପରେ ଏଥିରେ ପେଷା ଟମାଟୋ ପକାଇ ପୁଣି କଷନ୍ତୁ। ଭଲ ଭାବେ କଷି ହୋଇଗଲେ ଏଥିରେ ଜିରା ଗୁଣ୍ଡ, ଗରମ ମସଲା, ଲଙ୍କା ଗୁଣ୍ଡ, ଲୁଣ , ଅଳ୍ପ ଚିନି ପକାଇ ପୁଣି କଷନ୍ତୁ। ମସଲା ହୋଇଗଲେ ଏଥିରେ ଦହି ପକାଇ ଗୋଳାଇ ଦିଅନ୍ତୁ। ଏବେ ଏଥିରେ ଭଜା ମାଛକୁ ପକାଇ ଆବଶ୍ୟକ ପାଣି ଦିଅନ୍ତୁ। ୫ ରୁ ୧୦ ମିନିଟ ଗ୍ୟାସରେ ବସାନ୍ତୁ। ନିର୍ଦ୍ଧାରିତ ସମୟ ପରେ ମାଛକୁ ଏକ ପାତ୍ରକୁ କାଢି ଧନିଆ ପତ୍ର ପକାଇ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ବଟର ମାଛ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories