www.samajalive.in
Friday, December 5, 2025
27.1 C
Bhubaneswar

ଶୁକ୍ରବାର ରାଶିଫଳ; ଏହି ରାଶିରେ ଆକସ୍ମିକ ଧନଲାଭର ସୂଚନା

ମେଷ: ଈର୍ଷାଳୁ ସ୍ବଭାବରତ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ। ଯୁଗ୍ମ ବ୍ୟବସାୟ ଲାଭପ୍ରଦ ହୋଇପାରେ।

ବୃଷ: ଜଣେ ବରିଷ୍ଠ ସମାଜସେବୀଭାବେ ବିଭିନ୍ନ ସ୍ତରରେ ସମ୍ମାନିତ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ଅହଂଭାବକୁ ବିସର୍ଜନ ଦେବାକୁ ପଡ଼ିବ। ଈଶ୍ବର ବିଶ୍ବାସୀ ହେବେ।

- Advertisement -

ମିଥୁନ: ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବ୍ୟୟ ଭାରକୁ ସୀମିତ କରିପାରନ୍ତି। ଆୟୁଷ୍ମାନ୍‌ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି ଜୀବନରେ ମଧ୍ୟ ସେବା ଭାବ ରହିବ।

କର୍କଟ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ ଓ କର୍ମଠ ହୋଇପାରନ୍ତି।

ସିଂହ: ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଉଦାର ସ୍ବଭାବର ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ରହିଛି। ଧର୍ମଜ୍ଞ ହୋଇପାରନ୍ତି।

କନ୍ୟା: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ବନ୍ଧୁପ୍ରେମୀ ହେବେ।

ତୁଳା: ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସହାୟତା ମିଳିବ। ବ୍ୟବସାୟରୁ ଲାଭବାନ୍‌ ହେବେ।

ବିଛା: ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସଂଗ୍ରାମୀ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ।

ଧନୁ: କର୍ମଚଞ୍ଚଳ ରହିବେ। ଚକ୍ଷୁରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।

ମକର: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

କୁମ୍ଭ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।

ମୀନ: ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଆଜି ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories