www.samajalive.in
Saturday, December 6, 2025
14.1 C
Bhubaneswar

ରେଭେନ୍ସାରେ କଟକଣା ଜାରି ହେବାର କିଛି ସମୟରେ ପ୍ରତ୍ୟାହୃତ

ସମାଜ ଡିଜିଟାଲ ଡେସ୍କ: ବାଲେଶ୍ୱର ଏଫ୍‍ଏମ୍‍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଘଟଣା ଓ ପରେ ମୃତ୍ୟୁ ବରଣକୁ ନେଇ ରାଜ୍ୟରେ ସବୁ ଶିକ୍ଷାନୁଷ୍ଠାନରେ ମହିଳାଙ୍କ ସୁରକ୍ଷାକୁ ନେଇ ଗୁରୁତ୍ୱ ଦିଆଯାଉଛି । ଏହାରି ଭିତରେ ରେଭନ୍ସୋ ବିଶ୍ୱବିଦ୍ୟାଳୟ ପକ୍ଷରୁ ନୂଆ ନିର୍ଦ୍ଦେଶନାମା ଜାରି ହୋଇଥିଲା । ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶନାମା କିଛି ସମୟ ପରେ ପ୍ରତ୍ୟାହୃତ ହୋଇଛି । ଜାରି ହୋଇଥିବା ନିର୍ଦ୍ଦେଶନାମା ଅନୁସାରେ ଅପରାହ୍ନ ସାଢେ ୫ଟା ପରେ କୌଣସି ମହିଳା କର୍ମଚାରୀ କିମ୍ବା ରିସର୍ଚ୍ଚର ଅଫିସରରେ କାମ କରିବେ ନାହିଁ । ହେଲେ ବିଜ୍ଞପ୍ତିକୁ ପ୍ରତ୍ୟାହୃତ କରି ନେଇଛନ୍ତି ରେଭେନ୍ସା କର୍ତ୍ତୃପକ୍ଷ । ଖୁବଶୀଘ୍ର ଏ ନେଇ ନୂତନ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଜନସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି । ହେଲେ ପ୍ରଥମେ ବିଜ୍ଞପ୍ତି ଜାରି କରାଗଲା, ହେଲେ ପରେ କାହିଁକି ପ୍ରତ୍ୟାହୃତ ହେଲା ତାହାର କାରଣ ଜଣାପଡିନାହିଁ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories