www.samajalive.in
Saturday, December 13, 2025
26.1 C
Bhubaneswar

ଶନିବାର ରାଶିଫଳ: ସରକାରୀ ସ୍ତରରୁ ଅର୍ଥ ସହିତ ସମ୍ମାନ ମିଳିପାରେ

ମେଷ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ପ୍ରାପ୍ତ କ୍ଷମତାର ବିକେନ୍ଦ୍ରୀକରଣ କରି ଅନୁଗତ ଓ ଅଧସ୍ତନଙ୍କ ନମସ୍ୟ ହେବେ। ବିବାଦୀୟ ଘଟଣାରେ ବିଜୟୀ ହେବେ। ପ୍ରବଚନ ଶୁଣିବେ।

ବୃଷ: ଆର୍ଥିକ ସ୍ଥିତି ଦୁର୍ବଳ ହୋଇପାରେ। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସାରାଦିନ ସତର୍କତାର ସହ ଚଳିବାକୁ ପଡ଼ିବ।

- Advertisement -

ମିଥୁନ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ହେବ। ନାନା ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରୁ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ମିଷ୍ଟାନ୍ନ ଭୋଜନ ମିଳିବ।

କର୍କଟ: ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ପାଇଁ ବିଭିନ୍ନ ସ୍ତରରୁ ସାହାଯ୍ୟ ଓ ସହଯୋଗ ମିଳିବ। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ।

ସିଂହ: ବିଦ୍ୟାର୍ଥୀମାନେ ଉଚ୍ଚଶିକ୍ଷାର ସାକ୍ଷାତକାର ପାଇଁ ପୁସ୍ତକ ପଠନରେ ମନୋନିବେଶ କରିବେ। ବହୁ ହିତାକାଂକ୍ଷୀଙ୍କଠାରୁ ଅର୍ଥାଗମ ହୋଇପାରେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ।

କନ୍ୟା: କାର୍ଯ୍ୟ ଯେତେ କଠିନ ଓ କଷ୍ଟଦାୟକ ହେଲେ ବି ତା’ର ସୁସମ୍ପାଦନ କରି ଉଚିତ୍‌ ପ୍ରାପ୍ୟ ହାସଲ କରିପାରନ୍ତି। ଯାନବାହନ ସୁଖ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଯଶ୍ବସୀ ହେବେ।

ତୁଳା: ଭିନ୍ନ ଭିନ୍ନ ସ୍ତରରୁ ଅର୍ଥାଗମ ହୋଇ ଆର୍ଥିକ ସ୍ଥିତିକୁ ଉନ୍ନତମାନର କରିପାରେ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଦେବ ଦର୍ଶନ ପାଇଁ ଆତ୍ମସନ୍ତୋଷ ଲାଭ କରିବେ। ଅଶାନ୍ତି ଦୂର ହେବ।

ବିଛା: ମତିମାନ୍‌ ହେବେ। ତ୍ୟାଗପୂତ ମନୋବୃତ୍ତିର ହୋଇପାରନ୍ତି। ବିବିଧ ଧନଯୁକ୍ତ ହେବେ। କୀର୍ତ୍ତିମାନ୍ ହେବେ। କର୍ମଚଞ୍ଚଳ ରହିବେ। ସହିଷ୍ଣୁ ହୋଇପାରନ୍ତି। ଅତି ସୁଖୀ ହେବେ। ବ୍ୟବସାୟ ଲାଭଦାୟକ ହେବ।

ଧନୁ: ଆୟ ଊଣା ହେବ ନାହିଁ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ।

ମକର: ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। ବନ୍ଧୁ ବିରୋଧର ସମ୍ମୁଖୀନ ହୋଇପାରନ୍ତି। ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।

କୁମ୍ଭ: ଜ୍ଞାନ ପିପାସୁ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। ବିଭିନ୍ନ ସୂତ୍ରରୁ ଏପରିକି ରାଜ ପରିବାରରୁ ସମ୍ମାନ ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହୋଇପାରନ୍ତି।

ମୀନ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ସରକାରୀ ସ୍ତରରୁ ଅର୍ଥ ସହିତ ସମ୍ମାନ ମିଳିପାରେ। ବିବାଦୀୟ ଘଟଣାରେ ବିଜୟୀ ହେବେ। କୃତୀ ପ୍ରତିଯୋଗୀଭାବେ ପ୍ରସ୍ତୁତ ହେବେ। ଶୁଭକାର୍ଯ୍ୟ କରିପାରନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories