www.samajalive.in
Saturday, December 6, 2025
17.1 C
Bhubaneswar

ଟ୍ରକକୁ ପଛ ପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌ , ୨୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ

ଜଳେଶ୍ଵର: ଟ୍ରକକୁ ପଛ ପଟୁ ଧକ୍କା ଦେଲା ବସ୍। ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ଏନଏଚ୍ ୬୦ ବସ୍ତା ଥାନା ଜୁଣବଳଦା ନିକଟରେ ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ଏକ ଟ୍ରକ୍ ରାସ୍ତାକଡରେ ଛିଡା ହୋଇଥିବାବେଳେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଯାତ୍ରୀବାହୀ ବସ୍ ଧକ୍କା ଦେଇଥିଲା। ଏଥିରେ ୩୦ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ​‌ରେ ଭର୍ତ୍ତି କରାଯାଇଛି। ତେବେ ଘରୋଇ ଯାତ୍ରୀବାହୀ ବସ୍‌ ଟି ପ୍ରାୟ ୫୦ ଜଣ ଯାତ୍ରୀଙ୍କୁ ନେଇ ଭୁବନେଶ୍ଵରରୁ କଲିକତା ଅଭିମୁଖେ ଯାଉଥିଲା। ଦୁର୍ଘଟଣାରେ ବସ୍‌ ର ଆଗ ପଟ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories