www.samajalive.in
Sunday, December 7, 2025
23.1 C
Bhubaneswar

ସରକାର ପ୍ରସ୍ତୁତ, ଆବଶ୍ୟକ ପଡିଲେ ବଳଙ୍ଗା ପୀଡ଼ିତାଙ୍କୁ ପଠାଯିବ ଦିଲ୍ଲୀ ଏମ୍‌ସ – ମୁଖ୍ୟମନ୍ତ୍ରୀ

ଡେସ୍କ: ବଳଙ୍ଗା ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଆବଶ୍ୟକ ପଡିଲେ ପୀଡ଼ିତାଙ୍କ ଅଧିକ ଚିକିତ୍ସା ପାଇଁ ଏୟାରଲିଫ୍ଟ କରି ଦିଲ୍ଲୀ ଏମ୍‌ସକୁ ନିଆଯିବ।

ପୁରୀ ଜିଲ୍ଲାର ବଳଙ୍ଗା ଠାରେ ଗୋଟିଏ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ କିଛି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି। ଏ ଘଟଣାରେ ପୋଲିସ୍ ଆମୂଳଚୂଳ ତଦନ୍ତ ଜାରି ରଖିଛି। ସମ୍ପୃକ୍ତ ପୀଡିତା ବର୍ତ୍ତମାନ ଭୁବନେଶ୍ୱର ଏମ୍‌ସରେ ଚିକିତ୍ସିତ ହେଉଛନ୍ତି। ପୀଡିତାଙ୍କ ଜୀବନ ରକ୍ଷା ପାଇଁ ସମସ୍ତ ପ୍ରକାର ଉଦ୍ୟମ ଜାରି ରହିଛି। ରାଜ୍ୟ ସରକାର ସମ୍ପୃକ୍ତ ପୀଡିତାଙ୍କୁ ଏୟାରଲିଫ୍ଟ କରି ଦିଲ୍ଲୀ ଏମ୍‌ସରେ ଚିକିତ୍ସା କରିବା ପାଇଁ ପ୍ରସ୍ତୁତ ଅଛନ୍ତି। ପୀଡିତାଙ୍କ ସ୍ୱାସ୍ଥ୍ୟ ପରିସ୍ଥିତି ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ, ସ୍ୱାସ୍ଥ୍ୟ ବିଭାଗ ଏବଂ ସିଏମ୍‍ଓ ଏମ୍‍ସ କର୍ତ୍ତୃପକ୍ଷଙ୍କ ସହିତ ଯୋଗାଯୋଗରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟ ପରିସ୍ଥିତି ସମ୍ପର୍କରେ ଖବର ରଖାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

- Advertisement -


ଯଦି ତାଙ୍କୁ ଏୟାରଲିଫ୍ଟ କରିବା ପାଇଁ ପରିସ୍ଥିତି ଅନୁକୂଳ ହୁଏ ଏବଂ ଏଥିପାଇଁ ଭୁବନେଶ୍ୱର ଏମ୍‌ସର ନିର୍ଦ୍ଦେଶକ ଅନୁମୋଦନ ଦିଅନ୍ତି, ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ତାଙ୍କୁ ଦିଲ୍ଲୀ ନେବା ପାଇଁ ସମସ୍ତ ବ୍ୟବସ୍ଥା କରାଯିବ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଘଟଣାରେ ଅପରାଧୀ ଯେଉଁଠାରେ ଥିଲେ ବି ନିଶ୍ଚିତ ଭାବରେ ଧରା ପଡ଼ିବେ। ପୋଲିସ ଟିମ୍‍ ଅପରେସନ ମୋଡରେ ଅଛନ୍ତି। ଆଇନ ଅନୁଯାୟୀ ଅପରାଧୀଙ୍କୁ କଠୋରରୁ କଠୋରତମ ଦଣ୍ଡ ପ୍ରଦାନ କରାଯିବ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories