www.samajalive.in
Sunday, December 7, 2025
16.1 C
Bhubaneswar

ଆଜି ଏହି ରାଶିର ଲୋକଙ୍କୁ କ୍ୟାରିୟରରେ ମିଳିବ ସଫଳତା

ମେଷ: ଭାଗ୍ୟଶାଳୀ ହୋଇପାରନ୍ତି। ଆଜି ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଭୋଗୀ ଓ ବିଳାସୀ ହେବା ଆଶା କରାଯାଏ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ବୃଷ: ପ୍ରତିଶୋଧ ପରାୟଣ ହୋଇପାରନ୍ତି। କଥାବାର୍ତ୍ତାରେ ବାଚାଳତା ପ୍ରକାଶ ପାଇପାରେ। ସହଯୋଗୀ ବ୍ୟବସାୟ ଲାଭଦାୟକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସତର୍କତାର ଦିନ ଆଜି।
ମିଥୁନ: ସମାଜସେବାକୁ ଜୀବନର ବ୍ରତଭାବେ ଗ୍ରହଣ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ସ୍ବକାର୍ଯ୍ୟ ପାଇଁ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେବାକୁ ପଡ଼ିବ। ସୁସ୍ଥ ରହିବେ।
କର୍କଟ:  ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ମଧ୍ୟ ସେବା ମନୋଭାବ ରହିବ।
ସିଂହ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।
କନ୍ୟା: ଉଦାର ଚେତା ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ରହିଛି। ଯାନବାହନ ସୁଖ ମିଳିପାରେ।
ତୁଳା: ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ପ୍ରେମପୂର୍ଣ୍ଣ ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କଠାରୁ ଭକ୍ତିଯୁକ୍ତ ଆଦର, ସମ୍ମାନ ମିଳିବ। ଧାର୍ମିକ ହେବେ।
ବିଛା: ସୌଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ପାରିବାରିକ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ।
ଧନୁ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସଂଗ୍ରାମୀ ମନୋବୃତ୍ତିର ହୋଇପାରନ୍ତି। ଧନସମ୍ପଦ ଭରପୂର ରହିବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ।
ମକର: ଥଣ୍ଡାକଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିବେ। କର୍ମଚଞ୍ଚଳ ରହିବେ। ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିବେ। ଧାର୍ମିକ ହେବା ସହ ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।
କୁମ୍ଭ: ଆୟୁଷ୍ମାନ୍‌, ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ବଢ଼ିବ।
ମୀନ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାରପ୍ରତି ସ୍ନେହ-ସଦ୍ଦିଚ୍ଛା ଭାବ ରହିବ। କର୍ମଠ ହେବେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories