www.samajalive.in
Friday, December 5, 2025
27.1 C
Bhubaneswar

ଯୁକ୍ତ ତିନିରେ ୯୦ ହଜାର ଆସନ ଖାଲି

ଭୁବନେଶ୍ବର : ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ଶିକ୍ଷାନୁଷ୍ଠାନରେ ସ୍ନାତକ(+୩) ନାମଲେଖା ଶନିବାର ଶେଷ ହୋଇଛି। +୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା ଫଳ ପ୍ରକାଶ ପାଇଥିବାବେଳେ ଖୁବ୍‌ଶୀଘ୍ର +୩ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଫଳରେ ଇନ୍‌ଷ୍ଟାଣ୍ଟ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ନାମଲେଖା ସୁଯୋଗ ପାଇବେ। ସ୍ନାତକ(+୩)ରେ ମୋଟ ୨,୭୪, ୧୫୩ ଆସନ ଥିଲା। ପ୍ରଥମ ପର୍ଯ୍ୟାୟରେ ମୋଟ ୧ ଲକ୍ଷ ୮୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି। ୧୦୫୩ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ମୋଟ ୯୦ ହଜାରରୁ ଅଧିକ ଆସନ ଖାଲି ରହିଛି। ଆଜି ଥିଲା ତତ୍କାଳ ନାମଲେଖାର ଅନ୍ତିମ ଅବଧି। କଳାରେ ସର୍ବାଧିକ ୧ ଲକ୍ଷ ୧୩ ହଜାର ୯୬୮ ଛାତ୍ରଛାତ୍ରୀ ନାମଲେଖାଇଥିବାବେଳେ ସଂସ୍କୃତରେ ସର୍ବନିମ୍ନ ୩ ହଜାର ୧୯୮ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି। ଦ୍ବିତୀୟ ପର୍ଯ୍ୟାୟ ନାମଲେଖା‌ର ଛାତ୍ରଛାତ୍ରୀଙ୍କୁ କୌଣସି ସଂରକ୍ଷଣ ମିଳିବ ନାହିଁ। ଦ୍ବିତୀୟ ପର୍ଯ୍ୟାୟରେ ଖାଲି ଆସନରେ ଗୋଟିଏ ଥର ତତ୍କାଳ ନାମଲେଖା ଅନୁଷ୍ଠିତ ହେବ। +୨ ମାର୍କ ଆଧାରରେ ମେଧା ତାଲିକା ପ୍ରକାଶ ପାଇବ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories